Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

    ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ମିଳିଲା ଆଶ୍ବସ୍ତି

    Share on :
    ajab-Image
    Date: Oct 2, 2024    Views: 3147

    କଟକ : ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଜେଡି ନେତା ତଥା  ପୂର୍ବତନ ବିଧାୟକ ପ୍ରତାପ ଜେନାଙ୍କୁ ହାଇକୋର୍ଟରୁ ଆଶ୍ବସ୍ତି ମିଳିଛି।  ମାହାଙ୍ଗା ଡବଲ ମର୍ଡର ମାମଲାରେ ପ୍ରତାପ ଜେନା ତଦନ୍ତର ସମ୍ମୁଖୀନ ହେବେ ବୋଲି, ନିମ୍ନ ଅଦାଲତ ଯେଉଁ ନିର୍ଦେଶ ଦେଇଥିଲେ, ତାକୁ  ରଦ୍ଦ କରିଛନ୍ତି ହାଇକୋର୍ଟ। 

    ୨୦୨୩  ସେପ୍ଟେମ୍ବର ୨୫ରେ ସାଲେପୁର ଜେଏମଏଫସି  ନିର୍ଦେଶ ଦେଇଥିଲେ କି, ମାହାଙ୍ଗା ଡବଲ ମର୍ଡର ମାମଲାରେ ପ୍ରତାପ ଜେନା ତଦନ୍ତର ସମ୍ମୁଖୀନ ହେବେ। ଉକ୍ତ ନିର୍ଦେଶକୁ ଚ୍ୟାଲେଞ୍ଜ କରି ପ୍ରତାପ ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ। ଆବେଦନର ପ୍ରାରମ୍ଭିକ ଶୁଣାଣି କରି ହାଇକୋର୍ଟ ଜେଏମଏଫସି ଅଦାଲତଙ୍କ ରାୟ ଉପରେ ରହିତାଦେଶ ଜାରି କରିଥିଲେ। ଆଜି ପ୍ରତାପଙ୍କ ଆବେଦନର ଚୂଡାନ୍ତ ରାୟ ଆସିଛି। ନିମ୍ନ ଅଦାଲତଙ୍କ ରାୟକୁ ହାଇକୋର୍ଟ ରଦ୍ଦ  କରିଛନ୍ତି।ସୂଚନାଯୋଗ୍ୟ ଯେ, ଗତ ୨୦୨୧ ମସିହା ଜାନୁଆରୀ ୨ ତାରିଖ ସନ୍ଧ୍ୟାରେ ସ୍ଥାନୀୟ ବିଜେପି ନେତା କୁଳମଣି ବରାଳ ଓ ଦିବ୍ୟାସିଂହ ବରାଳଙ୍କୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା ।   ଡିସେମ୍ବର ୯ ରେ ଡବଲ ମର୍ଡର ଘଟଣାର ଏତଲାକାରୀ ରମାକାନ୍ତ ବରାଳଙ୍କ ଭୁବନେଶ୍ବରର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିଲା । ପରେ ଏହି ମାମଲାର ମୁଖ୍ୟ ଅଭିଯୁକ୍ତ ଥିବା ପ୍ରଫୁଲ ବିଶ୍ୱାଳଙ୍କ ଟାଙ୍ଗି-କଟକ ରାସ୍ତା ସନ୍ଦେହଜନକ ଭାବେ ଟ୍ରକ ଦୁର୍ଘଟଣାରେ ମୃତ୍ୟୁ ହୋଇଥିଲା। ଏହି ମାମଲାର ଶୁଣାଣି କରି କଟକ ସାଲେପୁର ଅତିରିକ୍ତ ଦୌରାଜଜ୍ କୋର୍ଟ  ୯ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି  ।

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook