Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

    ହାତୀ ପିଠିରେ ବସିଲେ ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: Jan 13, 2025    Views: 6227

    ମଥୁରାନଗରୀ: ବରଗଡ଼ ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ମହୋତ୍ସବରେ ରବିବାର ସାମିଲ ହୋଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ମୁଖ୍ୟମନ୍ତ୍ରୀ ବରଗଡ଼ରେ ପହଞ୍ଚିବା ପରେ କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାରକୁ ଆସିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହ ବିଧାୟକ ଅଶ୍ବିନୀ ଷଡଙ୍ଗୀ, ନିହାର ମହାନନ୍ଦ, ସନତ ଗଡତିଆ, ଇରାଶିଷ ଆଚାର୍ୟ୍ୟ ପ୍ରମୁଖ ଉପସ୍ଥିତ ରହିଥିଲେ।

    ମହୋତ୍ସବର ଦଶମ ଦିନରେ ମୁଖ୍ୟମନ୍ତ୍ରୀ ରାଜ ଅତିଥି ଭାବେ ଯୋଗଦେଇ କହିଥିଲେ, ଧନୁଯାତ୍ରା ଆମ ମାଟିର ମହକ। ଆମ ଇତିହାସର ମୁଖଶାଳା। ଏହା କେବଳ ପଶ୍ଚିମ ଓଡ଼ିଶାର ପାର୍ବଣ ନୁହେଁ, ସମଗ୍ର ଓଡ଼ିଶାର ସ୍ବାଭିମାନ। ପୂର୍ବ ସରକାର ଧନୁଯାତ୍ରାକୁ ୧୦ଲକ୍ଷ ଟଙ୍କାର ସହାୟତା ରାଶି ପ୍ରଦାନ କରୁଥିଲେ। କିନ୍ତୁ ନୂଆ ସରକାର ଚଳିତବର୍ଷ ମଥୁରାନଗରୀର ପ୍ରଜାମାନଙ୍କ ଭାବାବେଗକୁ ସମ୍ମାନ ଜଣାଇ ମହୋତ୍ସବକୁ ଭବ୍ୟ, ଆକର୍ଷିତ କରିବା ପାଇଁ ସହାୟତା ରାଶିକୁ ୧କୋଟି ଟଙ୍କାକୁ ବୃଦ୍ଧି କରିଛନ୍ତି ବୋଲି ବଡ଼ ଘୋଷଣା କରିଥିଲେ।

    ଏହାସହିତ ଧନୁଯାତ୍ରାର ବ୍ୟାପକ ପ୍ରଚାର, ପ୍ରସାର ବ୍ୟାପକ କରିବାକୁ ବ୍ୟୟ ବରାଦ କରାଯିବା ସହିତ ୟୁନେସ୍କୋ ଐତିହ୍ୟ ମାନ୍ୟତା ପ୍ରଦାନ ପାଇଁ ପଦକ୍ଷେପ ନିଆଯାଉଛି। ମହୋତ୍ସବରେ ଅଭିନୟ କରୁଥିବା ୧୭୦କଳାକାରଙ୍କୁ ପ୍ରଥମଥର ପାଇଁ ୧୦ହଜାର ଟଙ୍କା ଲେଖାଏଁ ପ୍ରୋତ୍ସାହନ ରାଶି ପ୍ରଦାନ ବ୍ୟବସ୍ଥା କରାଯାଇଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ।

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook