Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଓଡ଼ିଶାରେ ଆୟୁଷ୍ମାନ ଭାରତ ପାଇଁ ବୁଝାମଣା ପତ୍ର ସ୍ଵାକ୍ଷରିତ

    Share on :
    ajab-Image
    Date: Jan 14, 2025    Views: 4717

    ଭୁବନେଶ୍ୱର: ଓଡ଼ିଶାରେ ଆୟୁଷ୍ମାନ ଭାରତ ପ୍ରଧାନମନ୍ତ୍ରୀ ଜନ ଆରୋଗ୍ୟ ଯୋଜନା ଲାଗୁ ପାଇଁ ସୋମବାର ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି। ଦିଲ୍ଲୀ ବିଜ୍ଞାନ ଭବନରେ ଆୟୋଜିତ କାର୍ୟ୍ୟକ୍ରମରେ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମଧ୍ୟରେ ବୁଝାମଣା ପତ୍ର ସ୍ଵାକ୍ଷରିତ ହୋଇଛି। ଆୟୁଷ୍ମାନ ଭାରତ ଓ ଗୋପବନ୍ଧୁ ଜନ ଆରୋଗ୍ୟ ଯୋଜନା ପାଇଁ ଗୋଟିଏ କାର୍ଡ ଦିଆଯିବ ବୋଲି ଓଡ଼ିଶାର ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ଏହି ଅବସରରେ ସୂଚନା ଦେଇଛନ୍ତି।
    ବିଜ୍ଞାନ ଭବନରେ ଆୟୋଜିତ ଏହି ସ୍ଵତନ୍ତ୍ର କାର୍ୟ୍ୟକ୍ରମରେ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଜେ.ପି. ନଡ୍ଡା, କେନ୍ଦ୍ରମନ୍ତ୍ରୀ ଅଶ୍ବିନୀ ବୈଷ୍ଣବ, ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ୍ ଓରାମ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ ପ୍ରମୁଖ ଉପସ୍ଥିତ ଥିଲେ।

    ସୂଚନାଯୋଗ୍ୟ, ରାଜ୍ୟରେ ଆସନ୍ତା ଫେବୃଆରୀ ମାସରୁ ଆୟୁଷ୍ମାନ ଭାରତ ଯୋଜନାକୁ ଲାଗୁ କରାଯିବ। ଏନେଇ ସ୍ଵାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପୂର୍ବରୁ ସୂଚନା ଦେଇଥିଲେ। ଏମଓୟୁ ସ୍ୱାକ୍ଷରିତ ହେବା ପରେ କାର୍ଡ ପ୍ରିଣ୍ଟ ହୋଇ ଫେବୃଆରୀରୁ ଲାଗୁ କରାଯିବ ବୋଲି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ପ୍ରକାଶ କରିଥିଲେ। ଆଜି ଏମଓୟୁ ସ୍ଵାକ୍ଷରିତ ହେବାପରେ ଏବେ ଖୁବଶୀଘ୍ର ନୂଆ କାର୍ଡ଼ ପ୍ରଦାନ କରାଯିବ। ଏଥିରେ ପୁରୁଷଙ୍କ ପାଇଁ ୫ ଲକ୍ଷ ଏବଂ ମହିଳାଙ୍କ ପାଇଁ ୧୦ ଲକ୍ଷ ଟଙ୍କାର ସ୍ୱାସ୍ଥ୍ୟ ସେବା ଯୋଗାଇ ଦିଆଯିବ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook