ଭୁବନେଶ୍ବର : ସ୍କୁଲ ପିଲାମାନଙ୍କୁ ମଧ୍ୟାହ୍ନ ଭୋଜନରେ କ୍ଷୀର ଦେବାକୁ ଯୋଜନା କରୁଛନ୍ତି ରାଜ୍ୟ ସରକାର। ଏନେଇ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ସୂଚନା ଦେଇଛନ୍ତି। ମନ୍ତ୍ରୀ କହିଛନ୍ତି ମଧ୍ୟାହ୍ନ ଭୋଜନରେ ଛାତ୍ରଛାତ୍ରୀମାନଙ୍କୁ ୨୦୦ ମିଲିମିଟର ଭିଟାମିନ ଏ ଓ ଡି ଯୁକ୍ତ କ୍ଷୀର ଦେବାକୁ ସରକାର ଯୋଜନା କରୁଛନ୍ତି ।
ମନ୍ତ୍ରୀ ଆହୁରି ମଧ୍ୟ କହିଛନ୍ତି ରାଷ୍ଟ୍ରୀୟ ପଶୁଧନ ଗୋକୁଳ ଯୋଜନାରେ ଦୁଗ୍ଧ ଉତ୍ପାଦନକୁ ସଶକ୍ତ କରାଯିବ। ଏହି ଯୋଜନାରେ ୩ ହଜାର ଗାଈ ଦେବାର ବ୍ୟବସ୍ଥା କରାଯାଇଛି। ଏଥିରେ ପାଖାପାଖି ୩୮ କୋଟି ଟଙ୍କା ଖର୍ଚ୍ଚ କରାଯିବ। ମୁଖ୍ୟମନ୍ତ୍ରୀ କାମଧେନୁ ଯୋଜନାରେ ୭୦ ପ୍ରତିଶତ ରିହାତିରେ ୨ଟି ଗାଈ ଲୋକଙ୍କୁ ଦେବାର ବ୍ୟବସ୍ଥା କରାଯାଇଛି। ଗିଫ୍ଟ ମିଲ୍କ ମାଧ୍ୟମରେ ୨୯ଟି ସ୍କୁଲରେ ୧୧୮୪ ପିଲାଙ୍କୁ ଦୁଇ ଶହ ମିଲିଲିଟର କ୍ଷୀର ଦେବା ନେଇ ଶୁଭାରମ୍ଭ ହୋଇଛି।
Comments ସମସ୍ତ ମତାମତ 0