Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    କେନ୍ଦୁଝର ଗସ୍ତରେ ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: May 5, 2025    Views: 3450

    କେନ୍ଦୁଝର: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜିଠୁ କେନ୍ଦୁଝରକୁ ୨ ଦିନିଆ ଗସ୍ତରେ ଆସୁଛନ୍ତି । ୫ ଓ ୬ ତାରିଖରେ (ସୋମବାର ଓ ମଙ୍ଗଳବାର) ଗସ୍ତ କାର୍ୟ୍ୟକ୍ରମ ରହିଛି । ପ୍ରଥମ ଦିନ ଧରଣୀଧର ନାଏକଙ୍କ ଜୟନ୍ତୀ ଅବସରରେ କୁସୁମିତାରେ ରାଜ୍ୟସ୍ତରୀୟ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଯୋଗଦେଇ ବିପ୍ଳବୀ ନେତାଙ୍କୁ ଶ୍ରଦ୍ଧାଞ୍ଜଳି ଦେବେ ମୁଖ୍ୟମନ୍ତ୍ରୀ । କୁସୁମିତା ଗ୍ରାମରେ ଏକ ଜନସମାବେଶକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ । ଏହାପରେ ଧରଣୀଧର ଭୂୟାଁଙ୍କ ଏନ୍ତୁଡିଶାଳ କୁସୁମିତାକୁ ଐତିହ୍ୟ ଗ୍ରାମ ଭାବେ ଘୋଷଣା କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ।ଏଥିପାଇଁ ଭୂୟାଁ ସାଂସ୍କୃତିକ ସଙ୍ଗଠନ ଉତ୍ସାହିତ ହୋଇଉଠିଛି । ସୂଚନାଯୋଗ୍ୟ, ବିପ୍ଳବୀ ଧରଣୀଧର କେନ୍ଦୁଝର ଜିଲ୍ଲାର ଗର୍ବ ଓ ଗୌରବ ଓ ସ୍ୱାଭିମାନର ପ୍ରତୀକ । ତତ୍କାଳୀନ ବ୍ରିଟିଶ ସମର୍ଥିତ ରାଜତନ୍ତ୍ରର ଅନ୍ୟାୟ, ଅତ୍ୟାଚାର ଓ ଶୋଷଣ ବିରୁଦ୍ଧରେ ଧରଣୀଧରଙ୍କ ଭଳି ଆଦିବାସୀ ଯୁବକଙ୍କର ବିପ୍ଳବ ଇତିହାସରେ ଏକ ଉଲ୍ଲେଖନୀୟ ଅଧ୍ୟାୟ ଯୋଡ଼ିଛି ।ନୂଆ ସରକାର ବିପ୍ଳବୀ ମାଟି ଧରଣୀଧରଙ୍କ ଗ୍ରାମକୁ ଐତିହ୍ୟ ଗ୍ରାମ ଭାବେ ଘୋଷଣା କରିବାକୁ ନିଷ୍ପତ୍ତି ନେଇଛନ୍ତି । ଧରଣୀଙ୍କ ବିପ୍ଳବ ସମ୍ପର୍କରେ ରାଜ୍ୟ ଓ ରାଜ୍ୟ ବାହାରର ଲୋକେ ଅନେକ ବିଷୟ ଜାଣିନାହାନ୍ତି । ତେଣୁ କୁସୁମିତା ଗ୍ରାମରେ ଏକ ସ୍ମୃତି ସଂଗ୍ରାହଳୟ, ପାଠାଗାର, ଖେଳ ପଡ଼ିଆ ସହିତ ବିପ୍ଳବୀଙ୍କ ବିଶାଳ ପ୍ରତିମୂର୍ତ୍ତି ନିର୍ମାଣ କରାଯିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି । ଏହାସହିତ ଶିଶୁ ଉଦ୍ୟାନ କରାଯାଇଛି।

    Maximum 500 characters

    ତାଜା ଖବର View all

    Find Us on Facebook