Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଇସ୍କନ ମାୟାପୁରୀ ମୁଖ୍ୟଙ୍କୁ ଚିଠି ଲେଖିଲେ ଗଜପତି ମହାରାଜା

    Share on :
    ajab-Image
    Date: May 7, 2025    Views: 4327

    ପୁରୀ : ଦୀଘା ଜଗନ୍ନାଥ ମନ୍ଦିର ବିବାଦ ପ୍ରସଙ୍ଗରେ ଇସ୍କନକୁ ଚିଠି ଲେଖିଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ । ଇସ୍କନ ପରିଚାଳନା ମୁଖ୍ୟ ମାୟାପୁରୀର ଗୋବର୍ଦ୍ଧନ ଦାସଙ୍କୁ ଚିଠି ଲେଖିଛନ୍ତି ଗଜପତି ।‌ ଦୀଘା ଜଗନ୍ନାଥ ମନ୍ଦିର ପରିଚାଳନା ଦାୟିତ୍ଵ ବା ଟ୍ରଷ୍ଟି ହେଉଛି ଇସ୍କନ ।‌ ଶ୍ରୀକ୍ଷେତ୍ର ବ୍ୟତୀତ ଆଉ କୌଣସି ସ୍ଥାନ କିମ୍ବା ମନ୍ଦିରକୁ ଜଗନ୍ନାଥ ଧାମ କୁହାଯିବା ଉଚିତ ନୁହେଁ । ସନାତନ ବୈଦିକ ଧର୍ମର ସର୍ବୋଚ୍ଚ ଧାର୍ମିକ ଅଧିକାରୀ ହେଉଛନ୍ତି ପରମ ପୂଜ୍ୟ ଜଗତଗୁରୁ ଶଙ୍କରାଚାର୍ୟ୍ୟ । ସେହିପରି ଜଗତଗୁରୁ ଶଙ୍କରାଚାର୍ୟ୍ୟ ହେଉଛନ୍ତି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ପରମ୍ପରା ଓ ସଂସ୍କୃତିର ଆଦି ଗୁରୁ ଏବଂ ପରମଗୁରୁ । ମୁକ୍ତିମଣ୍ଡପ ପଣ୍ଡିତ ସଭା କହିଛନ୍ତି ଦୀଘାର ଶ୍ରୀଜଗନ୍ନାଥ ମନ୍ଦିରକୁ ଜଗନ୍ନାଥ ଧାମ ଭାବରେ ନାମିତ କରାଯାଇପାରିବ ନାହିଁ । ଶ୍ରୀଜଗନ୍ନାଥ ଧାମ, ଶ୍ରୀ ପୁରୁଷୋତ୍ତମ ଧାମ ବା କ୍ଷେତ୍ର, ଶ୍ରୀକ୍ଷେତ୍ର ଏବଂ ଶ୍ରୀ ନୀଳାଚଳ ଧାମ ପରି ନାମକରଣ କେବଳ ପୁରୀରେ ଥିବା ମହାପ୍ରଭୁ ଜଗନ୍ନାଥଙ୍କର ମୂଳ ପୀଠକୁ ବୁଝାଏ । ଅନ୍ୟ କୌଣସି ସ୍ଥାନ କିମ୍ବା ମନ୍ଦିର ପାଇଁ ଏହା ବ୍ୟବହାର ହୋଇପାରିବ ନାହିଁ ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook