Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ଅନେକ ବିଡ଼ିଓ ଜନ ପ୍ରତିନିଧିଙ୍କ କଥା ଶୁଣୁ ନାହାନ୍ତି :ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: May 15, 2025    Views: 4349

    ଭୁବନେଶ୍ବର: ବିଡିଓ ଓ ସିଡିଓଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ତାଗିଦ । ଅନେକ ବିଡ଼ିଓ ଜନ ପ୍ରତିନିଧିଙ୍କ କଥା ଶୁଣୁ ନାହାନ୍ତି । ସମ୍ମାନ ଦେଉନାହାନ୍ତି, ଚେୟାର ବି ଦେଉ ନାହାନ୍ତି । କେବଳ ବିଧାୟକ କି ବିଧାୟିକା ନୁହେଁ ମୁଖ୍ୟମନ୍ତ୍ରୀଙ୍କୁ ବି ସମ୍ମାନ ଦେଉନାହାନ୍ତି କିଛି ବିଡ଼ିଓ । ମୁଖ୍ୟମନ୍ତ୍ରୀଙ୍କ ଅଭିଭାଷଣ ଭିଡିଓ କନଫରେନ୍ସିଂ ଚାଲୁଥିବା ବେଳେ ଟିଭି ବନ୍ଦ କରି ଦିଆଯାଉଛି । ସଭାରୁ ଲୋକଙ୍କୁ ଚାଲିଯିବାକୁ କୁହାଯାଉଛି । ଏହାର ପରିଣାମ କ’ଣ ହେବ ବୁଝି ନିଅନ୍ତୁ ।  ମୋର ସରଳତା ଦୁର୍ବଳତା ନୁହେଁ । ସରପଞ୍ଚରୁ ମୁଖ୍ୟମନ୍ତ୍ରୀ ହୋଇଛି, ଆଦିବାସୀ ବର୍ଗରୁ ପ୍ରତିନିଧିତ୍ଵ କରୁଛି । କିନ୍ତୁ ବହୁତ ବଡ ନିଷ୍ପତ୍ତି ନେଇପାରେ । ମୋ ପାଖରେ ସବୁ ରିପୋର୍ଟ ରହିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ସେ କାଳ ପଖାଳ ଆଉ ନାହିଁ । ନୂଆ ସରକାରଙ୍କ ଆଭିମୁଖ୍ୟକୁ ନେଇ କାମ କରିବାକୁ ପଡ଼ିବ । ଯିଏ କାମ ନ କରିବ କ୍ଷମା ନାହିଁ । କୌଣସି ରାଜନୈତିକ ଚାପରେ ବଶବର୍ତ୍ତୀ ନହୋଇ କାମ କରିବାକୁ ପରାମର୍ଶ । ବର୍ତ୍ତମାନ ଏଇ ବିଭାଗର ଅତିରିକ୍ତ ସଚିବ ଥିବା ମନୋଜ କୁମାର ମହାନ୍ତି ବିଡ଼ିଓ ଥିବା ବେଳେ ଭଲ କାମ କରିଥିବା କହି ଉଦାହରଣ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook