Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଆତଙ୍କବାଦ ବିରୋଧରେ ଜିରୋ ଟଲେରାନ୍ସ ନୀତି ଆପଣେଇବା ଉଚିତ୍ :ମୋଦି

    Share on :
    ajab-Image
    Date: Sep 1, 2025    Views: 4149

    ନୂଆଦିଲ୍ଲୀ: SCO ସମ୍ମିଳନୀରେ ପୁଣି ଆତଙ୍କବାଦ ପ୍ରସଙ୍ଗ ଉଠାଇଲେ ମୋଦି । ଶାନ୍ତି ପ୍ରତିଷ୍ଠା ଦିଗରେ ଆତଙ୍କବାଦ ସବୁଠୁ ବଡ଼ ପ୍ରତିବନ୍ଧକ। ସୁରକ୍ଷା, ଶାନ୍ତି ଓ ସ୍ଥିରତା ଯେ କୌଣସି ଦେଶର ବିକାଶ ପାଇଁ ଜରୁରୀ। କିନ୍ତୁ ଆତଙ୍କବାଦ ଏସବୁ ପାଇଁ ସବୁଠୁ ବଡ଼ ପ୍ରତିବନ୍ଧକ । SCO ସମ୍ମିଳନୀରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ସମ୍ବୋଧନ। କହିଲେ ଆତଙ୍କବାଦ ବିରୋଧରେ ଜିରୋ ଟଲେରାନ୍ସ ନୀତି ଆପଣେଇବା ଉଚିତ୍ । ତେଣୁ ସମସ୍ତଙ୍କୁ ଏକାଠି ହୋଇ ଆତଙ୍କବାଦ ବିରୋଧରେ ଲଢ଼ିବାକୁ ହେବ । ସେ ଆହୁରି କହିଛନ୍ତି ଯେ, ସୁରକ୍ଷା, ଯୋଗାଯୋଗ ଓ ସୁଯୋଗ SCOର ୩ ଗୁରୁତ୍ବପୂର୍ଣ୍ଣ ସ୍ତମ୍ଭ । ସୁରକ୍ଷା, ଶାନ୍ତି ଓ ସ୍ଥିରତା ଯେ କୌଣସି ଦେଶର ବିକାଶ ପାଇଁ ଜରୁରୀ। କିନ୍ତୁ ଆତଙ୍କବାଦ ଏସବୁ ପାଇଁ ସବୁଠୁ ବଡ଼ ପ୍ରତିବନ୍ଧକ। ଗତ ୪ ଦଶନ୍ଧିରୁ ଭାରତ ଆତଙ୍କବାଦର ପୀଡ଼ା ସହିଛି । ଅନେକ ମାଆ ନିଜ ସନ୍ତାନ ହରାଇଛନ୍ତି, ଅନେକ ମଧ୍ୟ ଅନାଥ ହୋଇଛନ୍ତି । ନିକଟରେ ପହଲଗାମ ହମ୍‌ଲା ମାନବିକତା ଉପରେ ଆକ୍ରମଣ ଥିଲା । ଏଭଳି କଠିନ ସମୟରେ ଭାରତକୁ ସମର୍ଥନ କରିଥିବା ମିତ୍ର ଦେଶଗୁଡ଼ିକୁ ଧନ୍ୟବାଦ ଜଣାଉଛି । 
    ଭାରତ ଟେରର ଫଣ୍ଡିଂ ବିରୋଧରେ ବି ସ୍ବର ଉଠାଇଛି । ଆମେ ଆତଙ୍କବାଦର ପ୍ରତ୍ୟେକଟି ସ୍ବରୂପକୁ ବିରୋଧ କରୁଛୁ ବୋଲି ମୋଦି କହିଛନ୍ତି । ଆତଙ୍କବାଦ ବିରୋଧରେ ଜିରୋ ଟଲେରାନ୍ସ ନୀତି ଆପଣେଇବା ଉଚିତ୍ । ତେଣୁ ସମସ୍ତଙ୍କୁ ଏକାଠି ହୋଇ ଆତଙ୍କବାଦ ବିରୋଧରେ ଲଢ଼ିବାକୁ ହେବ । ଆତଙ୍କବାଦ ପ୍ରସଙ୍ଗରେ କୌଣସି ଡବଲ୍ ଷ୍ଟାଣ୍ଡାର୍ଡ ଚାଲିବନି ବୋଲି ମୋଦି ଦୋହରାଇଛନ୍ତି । 

    Maximum 500 characters

    ଦେଶ ବିଦେଶ View all

    Find Us on Facebook