Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ୨ କଲରାପତରିଆ ବାଘ ଛାଲ ଜବତ, ୪ ଗିରଫ

    Share on :
    ajab-Image
    Date: Sep 1, 2025    Views: 3112

    ରାୟଗଡ଼ା: ରାୟଗଡା ଜିଲ୍ଲା କୋଲନରା ଅଞ୍ଚଳରୁ ୨ଟି କଲରାପତରିଆ ବାଘ ଛାଲ ଜବତ ହୋଇଛି । ଏଥିରେ ସମ୍ପୃକ୍ତ ଥିବା ଚାରି ଜଣଙ୍କୁ ରାୟଗଡା ବନ ବିଭାଗ ସହାୟତାରେ ମୁମ୍ବାଇ ସ୍ଥିତ ଡିରେକ୍ଟର ଅଫ ରେଭେନ୍ୟୁ ଇଣ୍ଟେଲିଜେନ୍ସ ବିଭାଗ ଗିରଫ କରିଥିବା ଜଣାପଡିଛି ଓ ଗିରଫ ବ୍ୟକ୍ତିମାନଙ୍କ ମଧ୍ୟରୁ ୨ ଜଣ ରାୟଗଡା ଜିଲ୍ଲାର ହୋଇଥିବା ବେଳେ ଆଉ  ୨ ଜଣ ମହାରାଷ୍ଟ୍ରର ବୋଲି ଜଣାପଡିଛି ଓ  ଗୁଣପୁର ବ୍ଲକ ପୁଟାସିଂ ଅଞ୍ଚଳର ଅଞ୍ଜରସିଂ ଗାଁର ଜିସୟ ଗମାଙ୍ଗ ଓ ମହେଶ ହୁଇକା ମାଛଖୁଣ୍ଟି ଅଞ୍ଚଳର ଅନ୍ୟ ୨ ଜଣ ବ୍ୟକ୍ତି ବାଘ ଚମଡ଼ା ବିକ୍ରି କରିବାକୁ ଯୋଜନା କରିଥିଲେ । ମହାରାଷ୍ଟ୍ରର ମାତିନଗର ଅଞ୍ଚଳର ପ୍ରଭାକର ନାୟକ ଓ ରାଜ କୁମାର ଗୁପ୍ତାଙ୍କୁ ଏହି ବାଘ ଚମଡାକୁ ବିକ୍ରି କରିବା ପାଇଁ ଯୋଗାଯୋଗରେ ରହିଥିଲେ । କୌଣସି ସୂତ୍ରରୁ ଏହି ଚାଲାଣ ସମ୍ପର୍କରେ ଖବର ପାଇ ଡିରେକ୍ଟର ଅଫ ରେଭେନ୍ୟୁ ବିଭାଗ ଅଭିଯୁକ୍ତମାନଙ୍କୁ ଟ୍ରାକ୍‌ କରିଥିଲେ । ଏନେଇ ଅଗଷ୍ଟ ୩୦ ତାରିଖ ଦିନ ରାୟଗଡା ବନ ବିଭାଗକୁ ସୂଚନା ଦେଇଥିଲେ ଓ ଉକ୍ତ ସୂଚନା ଆଧାରରେ ଉଭୟ ବିଭାଗ ବାଘ ଚମଡା ବିକ୍ରି କରିବା ସମୟରେ ସମସ୍ତ ଅଭିଯୁକ୍ତଙ୍କୁ ଧରିଥିଲେ ଓ ସମସ୍ତ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଥିବା ରେଞ୍ଜର କାମେଶ୍ୱର ଅଚାରୀ ସୂଚନା ଦେଇଛନ୍ତି । ଏହି କଲରାପତରିଆ ବାଘ ଚମଡାକୁ ଗଜପତି ଜିଲ୍ଲାରୁ ମହାରାଷ୍ଟ୍ର ଚାଲାଣ ପାଇଁ ଅଣାଯାଇଥିଲା ବୋଲି ଜଣାପଡିଛି ଓ ଉଭୟ ବାଘର ବୟସ ୫/୭ ବର୍ଷ ମଧ୍ୟରେ ରହିଥିବା ବନ ବିଭାଗ ସୂଚନା ଦେଇଛି ଓ ଏହି ଘଟଣାରେ ତଦନ୍ତ ଚାଲିଛି ବୋଲି ଏସିଏଫ ଅଶୋକ ପ୍ରଧାନ ପ୍ରକାଶ କରିଛନ୍ତି ଓ

    Maximum 500 characters

    ତାଜା ଖବର View all

    Find Us on Facebook