Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଅଭିଜିତ ମଜୁମଦାର ଅସୁସ୍ଥ, ଘରୋଇ ହସ୍ପିଟାଲରେ ଭର୍ତ୍ତି

    Share on :
    ajab-Image
    Date: Aug 31, 2025    Views: 3590

    କଟକ: ଅଭିଜିତ୍ ମଜୁମ୍‌ଦାର ଅସୁସ୍ଥ । ଓଲିଉଡର ପ୍ରଖ୍ୟାତ ସଙ୍ଗୀତ ନିର୍ଦ୍ଦେଶକ ଓ ଗାୟକ ଅଭିଜିତ ମଜୁମଦାର ଅସୁସ୍ଥ । ଯାହା ପରେ ତାଙ୍କୁ କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ବର୍ତ୍ତମାନ ତାଙ୍କର ଚିକିତ୍ସା ଜାରି ରହିଥିବା ସୂଚନା ମିଳିଛି ।  ରବିବାର ଓଲିଉଡର ବିଶିଷ୍ଟ ସଙ୍ଗୀତ ନିର୍ଦ୍ଦେଶକ ଅଭିଜିତ ମଦୁମଦାର ଅସୁସ୍ଥ ହୋଇଛନ୍ତି । କଟକ ସ୍ଥିତ ବାସଭବନରେ ସେ ଅସୁସ୍ଥ ହେବା ପରେ ତୁରନ୍ତ ତାଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । କଟକସ୍ଥିତ ଏକ ଘରୋଇ ହସ୍ପିଟାଲରେ ଅଭିଜିତ ମଜୁମଦାରଙ୍କ ଚିକିତ୍ସା ଜାରି ରହିଛି । ତେବେ କେଉଁ କାରଣର ତାଙ୍କ ଦେହ ଅସୁସ୍ଥ ହୋଇଛି । ତାହା ଏବେ ଯାଏଁ ଅସ୍ପଷ୍ଟ ରହିଛି । ଡାକ୍ତରି ଟିମ୍ ଲଗାତର ଭାବେ ଅଭିଜିତ ମଜୁମଦାରଙ୍କ ସ୍ୱାସ୍ଥ୍ୟ ଉପରେ ନଜର ରଖିଛନ୍ତି ।ସୂଚନାଯୋଗ୍ୟ ଯେ, ଅନେକ ଆଲବମ ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇଛନ୍ତି ଅଭିଜିତ ମଦୁମଦାର । ୨୦୦୦ମସିହାରେ କାଶିଆ କପିଳା ଜରିଆରେ ଫିଲ୍ମ ଦୁନିଆରେ ପାଦ ଥାପିଥିଲେ ଅଭିଜିତ ମଜୁମଦାର । ଯାହାପରେ ସେ ଆଉ ପଛକୁ ଫେରି ଚାହିଁ ନାହାନ୍ତି । ବର୍ତ୍ତମାନ ଯାଏଁ ୫୦ରୁ ଅଧିକ ଫିଲ୍ମ ପାଇଁ ସଙ୍ଗୀତ ନିର୍ଦ୍ଦେଶନା ଦେଇ ସାରିଛନ୍ତି । ଯେଉଁଥିରେ ଏକାଧିକ ଫିଲ୍ମରେ ଗୀତ ବି ଗାଇଛନ୍ତି ।

    Maximum 500 characters

    ତାଜା ଖବର View all

    Find Us on Facebook