Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ମର୍ମନ୍ତୁଦ ସଡ଼କ ଦୁର୍ଘଟଣା: ୨ ମୃତ

    Share on :
    ajab-Image
    Date: Jul 10, 2025    Views: 3110

    ଅନୁଗୁଳ: ଅନୁଗୁଳ ୧୪୯ ନମ୍ବର ଜାତୀୟ ରାଜପଥ ବଂରପାଳ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଟ୍ରାଭେଲର ଧକ୍କାରେ ଚାଲିଗଲା ୨ ବାଇକ ଆରୋହୀଙ୍କ ଜୀବନ । ମୃତ ଦୁଇ ଜଣ ହେଲେ ତାଳଚେର ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ରାଜେଶ ବେହେରା ବୋଲି ଜଣାପଡିଛି । ବାକି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଛାନ୍‌ଭିନ୍ ଆରମ୍ଭ କରିଛି । ଖବର ଅନୁଯାୟୀ,  ଦୁଇ ଜଣ ବଂରପାଳରୁ ସ୍କୁଟି ନେଇ ତାଳଚେରରୁ ଘରକୁ ଫେରୁଥିଲେ । ଏହି ସମୟରେ ଏକ ଟ୍ରାଭେଲର ତାଙ୍କୁ ଧକ୍କା ଦେଇଥିଲା । ଯାହାଫଳରେ ଏହି ଦୁର୍ଘଟଣାରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିଲା । ମୃତକ ତାଳଚେର ଅଞ୍ଚଳର ପୂର୍ଣ୍ଣଚନ୍ଦ୍ର ମହାପାତ୍ର ଓ ରାଜେଶ ବେହେରା ବୋଲି ଜଣାପଡିଛି । ତେବେ ଦୁର୍ଘଟଣା ପରେ ଟ୍ରାଭେଲର ଛାଡ଼ି ଡ୍ରାଇଭର ଫେରାର ହୋଇଯାଇଛି । ସେପଟେ ଦୁର୍ଘଟଣା ସଂପର୍କରେ ଖବର ପାଇ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଉତ୍ତେଜନା ଦେଖାଦେଇଛି । ସ୍ଥାନୀୟ ପୋଲିସ ଦୁର୍ଘଟଣା ସଂପର୍କରେ ଖବର ପାଇ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲା । 

    Maximum 500 characters

    ତାଜା ଖବର View all

    Find Us on Facebook