ମୁଖ୍ୟ ଖବର
ବାରିପଦା : କାର୍ ଉପରେ ଓଲଟି ପଡିଲା ବସ୍। ୧୫ ଆହତ, ୪ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ। ବାରିପଦା ୪୯ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଘାଟିରେ ବସ୍ଟି ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ୧୫ ଜଣ ଆହତ ହୋଇଥିବା ସୂଚନା ମିଳିଛି। ୧୫ ଜଣଙ୍କ ମଧ୍ୟରୁ ୪ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ରହିଛି। ସମସ୍ତ ଆହତଙ୍କୁ ପିଆରଏମ୍ ମେଡିକାଲରେ ଭର୍ତ୍ତି କରାଯାଇଛି। ଖବର ପାଇ ଘଟଣାସ୍ଥଳରେ ଦମକଳବାହିନୀ କର୍ମଚାରୀ ପହଞ୍ଚି ଉଦ୍ଧାର କାର୍ୟ୍ୟ ଜାରି ରଖିଛନ୍ତି।
Comments ସମସ୍ତ ମତାମତ