Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ବଡ଼ ଖବର: ୧୯୬ ଡାକ୍ତରଙ୍କ ବିରୋଧରେ ହେବ କାର୍ଯ୍ୟାନୁଷ୍ଠାନ

    Share on :
    ajab-Image
    Date: Dec 2, 2024    Views: 3235

    ଭୁବନେଶ୍ୱର: ଜଣେ କି ଦୁଇ ଜଣ ନୁହେଁ । ମୋଟ ୧୯୬ ଜଣ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ଦୀର୍ଘ ଦିନ ଛୁଟିରେ ଥିବା ସମ୍ପୃକ୍ତ ୧୯୬ ଜଣ ଡାକ୍ତରଙ୍କ ବିରୋଧରେ ରାଜ୍ୟ ସରକାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ । 

    ଶ୍ରୀ ମହାଲିଙ୍ଗ କହିଛନ୍ତି ଯେ ରାଜ୍ୟ ସରକାର ଶୂନ ସହନଶୀଳତା ଉପରେ କାର୍ଯ୍ୟ କରୁଛନ୍ତି । ନିୟମ ଅନୁସାରେ ସମ୍ପୃକ୍ତ ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ୧୯୬ ଜଣ ଡାକ୍ତର ବିଭିନ୍ନ କାରଣ ଦର୍ଶାଇ ଛୁଟିରେ ରହିଛନ୍ତି । 

    ଏଠାରେ ଉଲ୍ଲେଖ ଯୋଗ୍ୟ ଯେ ରାଜ୍ୟରେ ଗୋଟିଏ ଡାକ୍ତରଙ୍କ ଅଭାବ ଯୋଗୁଁ ସ୍ୱାସ୍ଥ୍ୟ ସେବା ବ୍ୟାହତ ହେଉଛି । ଅନ୍ୟପଟେ ସରକାରୀ ନିଯୁକ୍ତି ପାଇ ମଧ୍ୟ ବହୁ ଡାକ୍ତର କାର୍ଯ୍ୟରେ ଯୋଗନଦେଇ ଛୁଟିରେ ରହୁଛନ୍ତି । ଅନ୍ୟପକ୍ଷରେ ସମ୍ପୃକ୍ତ ଡାକ୍ତର ବିଭିନ୍ନ ଘରୋଇ ସେବାରେ ଲିପ୍ତ ଥିବା ଅଭିଯୋଗ ମାନ ଉଠୁଛି । 

    ଅନ୍ୟପକ୍ଷରେ  ରାଜ୍ୟରେ ୫୦୧୪ଟି ଡାକ୍ତରୀ ପଦବୀ ଖାଲି ପଡ଼ିଛି । ସୋମବାର ବିଧାନସଭାରେ ଏହି ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ । ବିଜେଡି ବିଧାୟକ ପ୍ରଶାନ୍ତ ବେହେରାଙ୍କ ପ୍ରଶ୍ନର ଉତ୍ତର ରଖି ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ଏହି ସୂଚନା ଦେଇଛନ୍ତି । 
    ମନ୍ତ୍ରୀଙ୍କ ସୂଚନା ଅନୁଯାୟୀ ୧୧୧୪ ସ୍ପେଶାଲିଷ୍ଟ ଡାକ୍ତରଙ୍କ ସହ ୫୦୧୪ ଡାକ୍ତର ପଦବୀ ଖାଲି ପଡ଼ିଛି ।  ୩୦ଟି ଜିଲ୍ଲାରେ ୩୭୫ଟି ସିଏଚସିରେ ଡାକ୍ତର ନାହାନ୍ତି । ସର୍ବାଧିକ ଗଞ୍ଜାମରେ ୪୫୦ ଓ ମୟୂରଭଞ୍ଜରେ ୩୦୯ ପଦବୀ ଖାଲି ପଡ଼ିଛି । ସେହିପରି ଖୋର୍ଦ୍ଧାରେ ୧୨, କଟକରେ ୨୮୧ ଡାକ୍ତରୀ ପଦବୀ ଖାଲି ପଡ଼ିଛି । ମୟୂରଭଞ୍ଜ ଓ ଗଞ୍ଜାମରେ ସର୍ବାଧିକ ୮୭ଟି ଲେଖାଏଁ ସ୍ପେଶାଲିଷ୍ଟ ଡାକ୍ତରୀ ପଦବୀ ଖାଲି ପଡ଼ିଛି ବୋଲି ମନ୍ତ୍ରୀ ଶ୍ରୀ ମହାଲିଙ୍ଗ ସୂଚନା ଦେଇଛନ୍ତି ।

    Maximum 500 characters

    ତାଜା ଖବର View all

    Find Us on Facebook