Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ବିଜେଡି ପ୍ରାର୍ଥୀ ହେଲେ ସ୍ନେହାଙ୍ଗିନୀ ଛୁରିଆ

    Share on :
    ajab-Image
    Date: Oct 15, 2025    Views: 2666

    ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଇଁ ବୁଧବାର ସନ୍ଧ୍ୟାରେ ବିଜେଡି ନିଜର ପ୍ରାର୍ଥୀ ଘୋଷଣା କରିଛନ୍ତି । ସ୍ନେହାଙ୍ଗିନୀ ଛୁରିଆ ଙ୍କୁ ଦଳ ପ୍ରାର୍ଥୀ କରିଛି । ଏନେଇ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଦଳର ସଭାପତି ନବୀନ ପଟ୍ଟନାୟକ ଏକ ଗୁରୁତ୍ବପୂର୍ଣ୍ଣ ବୈଠକ ପରେ ପ୍ରାର୍ଥୀ ଘୋଷଣା କରିଛନ୍ତି। ନୂଆପଡ଼ା ଉପନିର୍ବାଚନ ପାଇଁ ପ୍ରାର୍ଥୀ ‌ଘୋଷଣା ପୂର୍ବରୁ ବିଜେଡି ସଭାପତି ନବୀନ ପଟ୍ଟନାୟକ ଆଜି ନବୀନ ନିବାସ ନିବାସରେ ଏକ ଗୁରୁତ୍ବପୂର୍ଣ୍ଣ ଆଲୋଚନା କରିଛନ୍ତି। ଏଥି ପାଇଁ ଦଳର ବରିଷ୍ଠ ନେତାଙ୍କୁ ଡାକିଥିଲେ।ସ୍ନେହାଙ୍ଗିନୀ ଛୁରିଆ ୨୦୧୪ରେ ନବୀନଙ୍କ ମନ୍ତ୍ରିମଣ୍ଡଳରେ ସ୍ଥାନ ପାଇଥିଲେ। ହସ୍ତତନ୍ତ, ବୟନଶିଳ୍ପ ବିଭାଗ ପାଇଥିଲେ।

    ଅନ୍ୟପକ୍ଷରେ   ଜୟ ଢୋଲକିଆ ବିଜେପିର ନୂଆପଡା ଯୋଦ୍ଧା । ନିକଟରେ ବିଜେପିରେ ମିଶିଥିବା ସ୍ବର୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ ଭାବେ ମଇଦାନକୁ ଓହ୍ଲାଇଛି ବିଜେପି । ଆଜି(ବୁଧବାର) ବିଜେପି କେନ୍ଦ୍ରୀୟ ନିର୍ବାଚନ କମିଟି ନୂଆପଡା ପ୍ରାର୍ଥୀ ଭାବେ ଜୟଙ୍କ ନାମ ଘୋଷଣା କରିଛି । ଆସନ୍ତାକାଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଉପସ୍ଥିତିରେ ନାମାଙ୍କନ ଭରିବେ ଜୟ ଢୋଲକିଆ ।

    ପୂର୍ବରୁ କଂଗ୍ରେସ ଘାସିରାମ ମାଝୀଙ୍କୁ  କଂଗ୍ରେସ  ପ୍ରାର୍ଥୀ ଘୋଷଣା କରିଥିବାବେଳେ ଆଜି ସେ ନିଜର ନାମାଙ୍କନପତ୍ର ଦାଖଲ କରିଛନ୍ତି । 

    ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ଖାଲି ପଡିଛି ନୂଆପଡା ଆସନ । ଏହି ଆସନରେ ଆସନ୍ତା ନଭେମ୍ବର ୧୧ରେ ମତଦାନ ଅନୁଷ୍ଠିତ ହେବାକୁ ଯାଉଛି । ଏଥିସହ ନଭେମ୍ବର ୧୪ରେ ଫଳାଫଳ ପ୍ରକାଶ ପାଇବ ।

    Maximum 500 characters

    ରାଜନୀତି View all

    Find Us on Facebook