Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

    ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଲାଗିଛି ଏହି ସବୁ ଦଫା

    Share on :
    ajab-Image
    Date: Jul 4, 2025    Views: 2938

    ଭୁବନେଶ୍ୱର: ଜାମିନ୍ ନାମଞ୍ଜୁର, ୧୪ ଦିନ ପାଇଁ ବିଚାର ବିଭାଗୀୟ ହାଜତକୁ ଗଲେ ଜଗନ୍ନାଥ ପ୍ରଧାନ । ବିଏମସି ଅତିରିକ୍ତ କମିସନର ରତ୍ନାକର ସାହୁଙ୍କୁ ଆକ୍ରମଣ ଘଟଣାରେ ଆତ୍ମସମର୍ପଣ ପରେ ଗୁରୁବାର ରାତିରେ ବିଜେପି ନେତା ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଥିଲା କମିସନରେଟ ପୋଲିସ । ଭୁବନେଶ୍ବର କୋର୍ଟରେ ହାଜର ହେଲା ପରେ ଜାମିନ ନାମଞ୍ଜୁର ହେବାରୁ ଜଗନ୍ନାଥ ପ୍ରଧାନଙ୍କୁ ଝାରପଡ଼ା ଜେଲକୁ ପଠାଇ ଦିଆଯାଇଛି । ଜଗନ୍ନାଥ ପ୍ରଧାନ ଆତ୍ମସମର୍ପଣ କରିବା ପରେ ତାଙ୍କୁ ଗିରଫ କରାଯାଇଥିଲା ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି । ପ୍ରାଥମିକ ତଦନ୍ତ ଆଧାରରେ ତାଙ୍କୁ ଗିରଫ କରାଯାଇଥିବା ବେଳେ ଘଟଣାରେ ମୋଟ ଗିରଫ ସଂଖ୍ୟା ୬ରେ ପହଞ୍ଚିଥିବା ପୁଲିସ ପକ୍ଷରୁ ସୂଚନା ଦିଆଯାଇଛି । 
    ତେବେ ଜଗନ୍ନାଥ ପ୍ରଧାନଙ୍କ ବିରୋଧରେ ଭାରତୀୟ ନ୍ୟାୟ ସଂହିତାର ବିଭିନ୍ନ ଦଫା ଲଗାଇଛି ପୋଲିସ । ଦଫା ୩୩୩, ୧୨୧(୧), ୧୨୧(୨), ୩୫୧(୨), ୬୨ ଓ ୩୦୪ରେ ମାମଲା ରୁଜୁ କରାଯାଇଛି । ଗୁରୁବାର ରାତିରେ ସମର୍ଥକଙ୍କୁ ଧରି ଡିସିପି କାର୍ୟ୍ୟାଳୟରେ ପହଞ୍ଚିଥିଲେ ଜଗନ୍ନାଥ ପ୍ରଧାନ । ଆତ୍ମସମର୍ପଣ କଲା ପରେ କମିଶନରେଟ ପୋଲିସ ଜଗନ୍ନାଥ ପ୍ରଧାନଙ୍କୁ ଗିରଫ କରିଥିଲା । ଆକ୍ରମଣ ପାଇଁ ଷଡ଼ଯନ୍ତ୍ର ଅଭିଯୋଗରେ ପୋଲିସ ତାଙ୍କୁ ଗିରଫ କରିଥିଲା । 
    ଏହା ପରେ ତାଙ୍କର ସ୍ୱାସ୍ଥ୍ୟ ପରୀକ୍ଷା ପାଇଁ କ୍ୟାପିଟାଲ ହସ୍‌ପିଟାଲ ନେଇଥିଲା । ସେଠାରେ ଜଗନ୍ନାଥ ପ୍ରଧାନଙ୍କୁ ଦୁଇ ଜଣ ଡାକ୍ତର ସ୍ୱାସ୍ଥ୍ୟ ପରୀକ୍ଷା କରିଥିଲେ । ଶେଷରେ ଡାକ୍ତରଖାନାରୁ ଜଗନ୍ନାଥ ପ୍ରଧାନଙ୍କୁ କୋର୍ଟରେ ହାଜର କରାଯାଇଥିଲା । କୋର୍ଟ ତାଙ୍କର ଜାମିନକୁ ନାମଞ୍ଜୁର କରିଦେବା ପରେ ୧୪ ଦିନ ପାଇଁ ବିଚାର ବିଭାଗୀୟ ଜେଲକୁ ଯାଇଛନ୍ତି ଜଗନ୍ନାଥ ପ୍ରଧାନ । 

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook