Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଆଉ ୧୨ ଶିଳ୍ପ ପାର୍କ

    Share on :
    ajab-Image
    Date: Jul 23, 2024    Views: 5405

    ନୂଆଦିଲ୍ଲୀ: ୨୦୨୪-୨୫ ଆର୍ଥିକ ବର୍ଷ ପାଇଁ ଆଜି ସଂସଦରେ ଆଗତ ହେଲା ପୂର୍ଣ୍ଣାଙ୍ଗ ବଜେଟ୍ । ଦିନ ୧୧ଟା ବେଳେ ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ବଜେଟ୍ ଉପସ୍ଥାପନ କରିଛନ୍ତି ।  ସପ୍ତମ ଥର ବଜେଟ ଉପସ୍ଥାପନ କଲେ ନିର୍ମଳା ସୀତାରମଣ ।  ଲଗାତାର ସପ୍ତମ ଥର ପାଇଁ ସଂସଦରେ ଦେଶର ଆୟ-ବ୍ୟୟର ହିସାବ ରଖିଛନ୍ତି ସୀତାରମଣ । ମୋଦି ସରକାର ୩.୦ର ଏହା ପ୍ରଥମ ବଜେଟ୍ ହୋଇଥିବାବେଳେ ଏଥିରୁ ଅନେକ ଆଶା ବାନ୍ଧି ବସିଛନ୍ତି ସବୁ ବର୍ଗର ଲୋକେ ।  ତେବେ ଦେଶରେ ଆଉ ୧୨ଟି ଇଣ୍ଡଷ୍ଟ୍ରିଆଲ ପାର୍କ ନିର୍ମାଣ ହେବ ବୋଲି ଅର୍ଥମନ୍ତ୍ରୀ ଘୋଷଣା କରିଛନ୍ତି ।  ଶିଳ୍ପ କାରଖାନାରେ କାର୍ଯ୍ୟରତ ଶ୍ରମିକଙ୍କ ପାଇଁ ବିଶେଷ ବ୍ୟବସ୍ଥା ହେବ । ପିପିପି ମୋଡରେ ରେଣ୍ଟାଲ ହାଉସିଂ ବ୍ୟବସ୍ଥା  ନିର୍ମାଣ ହେବ । ଏଥିରେ ଡର୍ମିଟୋରୀ ବ୍ୟବସ୍ଥା ରହିବ । ଯେଉଁଥିରେ ଶ୍ରମିକମାନେ ସୁବିଧାରେ ରହିପାରିବେ ।

    ତେବେ ବଜେଟ ଉପସ୍ଥାପନବେଳେ ଅର୍ଥମନ୍ତ୍ରୀ କ’ଣ ସବୁ କହିଛନ୍ତି ତାହା ସଂକ୍ଷେପରେ ଜାଣନ୍ତୁ
    -ଅନ୍ତରୀଣ ବଜେଟରେ ୪ ଗୋଷ୍ଠୀଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା
    - ଗରିବ, ମହିଳା, ଯୁବବର୍ଗ ଓ କୃଷକଙ୍କୁ ପ୍ରାଧାନ୍ୟ ଦିଆଯାଇଥିଲା
    - ପିଏମ ଗରିବ କଲ୍ୟାଣ ଅନ୍ନଯୋଜନା ୫ ବର୍ଷ ବୃଦ୍ଧି କରାଯାଇଛି
    -୫ ବର୍ଷରେ ୪ କୋଟି ଯୁବବର୍ଗଙ୍କୁ ନିଯୁକ୍ତି ପାଇଁ ଲକ୍ଷ୍ୟ ରଖାଯାଇଛି
    - ନିଯୁକ୍ତି, ଶିକ୍ଷା ଓ ଦକ୍ଷତା ବିକାଶ ପାଇଁ ୧ ଲକ୍ଷ ୪୮ ହଜାର କୋଟି ବ୍ୟବସ୍ଥା

    -୩୨ ଫସଲର ୧୦୯ ଉନ୍ନତ ଅମଳକ୍ଷମ ବିହନ ଚାଷୀଙ୍କୁ ମିଳିବ
    -୧କୋଟି ଚାଷୀଙ୍କୁ ପ୍ରାକୃତିକ ଉପାୟରେ ଚାଷ କରିବାକୁ ପ୍ରୋତ୍ସାହନ
    -ଚାଷୀଙ୍କ ଉପôାଦର ଷ୍ଟୋରେଜ ଓ ମାର୍କେଟିଂ ପାଇଁ ବିଶେଷ ବ୍ୟବସ୍ଥା ହେବ
    -ଚାଷୀଙ୍କ ପାଇଁ ୧୦ ହଜାର ବାୟୋ ରିସର୍ଚ୍ଚ କେନ୍ଦ୍ର ପ୍ରତିଷ୍ଠା ହେବ
    -କୃଷିକ୍ଷେତ୍ର ପାଇଁ ୧ ଲକ୍ଷ ୫୨ହଜାର କୋଟିର ପ୍ରବଧାନ
    -ପୂର୍ବାଞ୍ଚଳ ରାଜ୍ୟର ବିକାଶ ପାଇଁ ଆରମ୍ଭ ହେବ ‘ପୂର୍ବୋଦୟ’ ସ୍କିମ । 
    -ପୂର୍ବାଞ୍ଚଳ ରାଜ୍ୟ ସହ ଆଉ ୫ଟି ରାଜ୍ୟ ସାମିଲ ହେବେ ।
    -ଏହି ସ୍କିମରେ ସାମିଲ ହେବେ ଓଡ଼ିଶା, ବିହାର, ପଶ୍ଚିମବଙ୍ଗ, ଆନ୍ଧ୍ରପ୍ରେଦଶ ।
    -ବିହାର ଓ ଆନ୍ଧ୍ରପ୍ରଦେଶ ପାଇଁ ବିଶେଷ ଘୋଷଣା 
    -ବିହାରରେ ବିମାନବନ୍ଦର ଓ ମେଡିକାଲ କଲେଜର ବିକାଶ ହେବ । 
    -ନୂଆ ବିମାନମନ୍ଦର ଓ ମେଡିକାଲ କଲେଜ ପାଇଁ ଅନୁଦାନ ମିଳିବ ।  
    - ଆନ୍ଧ୍ରପ୍ରଦେଶ ପୋଲାଭରମ ପ୍ରକଳ୍ପର ଶୀଘ୍ର ସମାପ୍ତ ପାଇଁ ପଦକ୍ଷେପ ନିଆଯିବ
    -ପୋଲାଭରମ ପ୍ରକଳ୍ପ ଆନ୍ଧ୍ରର ଜୀବନ ରେଖା
    - ଆଉ ୩ କୋଟି ଆବାସ ଗୃହ ନିର୍ମାଣ ହେବ
    -ଉଭୟ ଗ୍ରାମାଞ୍ଚଳ ଓ ସହରାଞ୍ଚଳ ପାଇଁ ୩ କୋଟି ଆବାସ ଗୃହ ନିର୍ମାଣ ହେବ
    -ମହିଳା ଓ ଯୁବତୀଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ୩ ଲକ୍ଷ କୋଟିର ବ୍ୟବସ୍ଥା କରାଯାଇଛି 
    -ମୁଦ୍ରା ଲୋନରେ ଲୋନ ସୀମା ୧୦ ଲକ୍ଷରୁ ୨୦ ଲକ୍ଷକୁ ବୃଦ୍ଧି କରାଯାଇଛି । 
    -ଧାର୍ଯ୍ୟ ସମୟରେ ପୈଠ କରିଥିବା ବ୍ୟକ୍ତି ଲୋନ ନେଇପାରିବେ । 

    Maximum 500 characters

    ଦେଶ ବିଦେଶ View all

    Find Us on Facebook