Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା

    Share on :
    ajab-Image
    Date: Jul 27, 2024    Views: 3146

    ଭୁବନେଶ୍ବର:  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ବଡ଼ ଘୋଷଣା  ଅଗ୍ନିବୀରଙ୍କ ପାଇଁ ଓଡ଼ିଶାରେ ୧୦ ପ୍ରତିଶତ ସ୍ଥାନ ସଂରକ୍ଷଣ ।   ଅଗ୍ନିବୀରଙ୍କ ପାଇଁ ୫ ବର୍ଷ ବୟସ ସୀମା କୋହଳ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ସଂରକ୍ଷଣ ଦିଆଯିବ ସହ ଓଡ଼ିଶା ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରିବା ପାଇଁ ନିଷ୍ପତ୍ତି ନିଆଯାଇଥିବା ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି ।
    ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି, "ଭାରତୀୟ ସେନାରେ ଯୋଗ ଦେଇଥିବା ସବୁ ସୈନିକ ଆମର ଗର୍ବ ଓ ଗୌରବ । ଆମର ଅଗ୍ନିବୀରମାନେ ମଧ୍ୟ ସେନାବାହିନୀରେ ଦକ୍ଷ ପ୍ରଶିକ୍ଷଣ ପାଇ ବିଭିନ୍ନ ସୁରକ୍ଷା କ୍ଷେତ୍ରରେ ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରିବାର ଯୋଗ୍ୟତା ହାସଲ କରିଛନ୍ତି । ଅଗ୍ନିବୀର୍‌ ଯୋଜନା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଏକ ଯୁଗାନ୍ତକାରୀ ଯୋଜନା । ଏହି ଯୋଜନାରେ ଦେଶର ଯୁବ ସମାଜକୁ ଦକ୍ଷ, ଯୋଗ୍ୟ ଓ ସାହସୀ କରିବାରେ ସହାୟକ ହୋଇଛି । ଜୀବନର ସବୁ କ୍ଷେତ୍ରରେ ଆହ୍ବାନକୁ ଗ୍ରହଣ କରିପାରୁଥିବା ଯୁବସମାଜ ଗଠନରେ ଏହି ଯୋଜନାର ଏକ ଗୁରୁତ୍ବପୂର୍ଣ୍ଣ ଭୂମିକା ରହିଛି । ସେଥିପାଇଁ ରାଜ୍ୟ ସରକାର ଓଡିଶାର ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରିବା ପାଇଁ ନିଷ୍ପତ୍ତି ନେଇଛନ୍ତି ।"

    ମୁଖ୍ୟମନ୍ତ୍ରୀ ଏହା ମଧ୍ୟ ଘୋଷଣା କରିଛନ୍ତି, "ଓଡିଶାର ଯେଉଁ ଅଗ୍ନିବୀରମାନେ ସେନାବାହିନୀରେ ଭର୍ତ୍ତି ହୋଇନଥିବେ, ସେମାନଙ୍କ ପାଇଁ ରାଜ୍ୟର ସବୁ ୟୁନିଫର୍ମ ସେବାରେ ନିଯୁକ୍ତି ପାଇଁ ୧୦ ପ୍ରତିଶତ ପର୍ୟ୍ୟନ୍ତ ସଂରକ୍ଷଣ ଦିଆଯିବ । ସେମାନଙ୍କ ପାଇଁ ବୟସ ସୀମା ମଧ୍ୟ ୫ ବର୍ଷ କୋହଳ କରାଯିବ ।" 

    Maximum 500 characters

    ତାଜା ଖବର View all

    Find Us on Facebook