Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଖେଳ ଖବର

ମୁଖ୍ୟ ଖବର

    ଭାରତୀୟ ହକି ଟିମ୍‌ ପାଇଁ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: Aug 9, 2024    Views: 5029

    ଭୁବନେଶ୍ୱର: ପ୍ୟାରିସ ଅଲିମ୍ପିକ୍ସରେ ବ୍ରୋଞ୍ଜ ପଦକ ଜିତିଥିବା ଭାରତୀୟ ହକି ଦଳ ପାଇଁ ପୁରସ୍କାର ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ପ୍ରତ୍ୟେକ ଖେଳାଳିଙ୍କୁ ୧୫ ଲକ୍ଷ ଓ ସପୋର୍ଟ ଷ୍ଟାଫଙ୍କୁ ୧୦ ଲକ୍ଷ ଟଙ୍କା ମିଳିବ। ତେବେ ଟିମ୍‌ରେ ଥିବା ଓଡ଼ିଆ ଖେଳାଳି ଅମିତ ରୋହିଦାସଙ୍କୁ ସ୍ୱତନ୍ତ୍ର ଭାବେ ୪ କୋଟି ପ୍ରଦାନ କରାଯିବ। ଆଜି ସ୍ପେନ୍ ବିରୋଧରେ ବ୍ରୋଞ୍ଜ ପଦକ ପାଇଁ ହୋଇଥିବା ଲଢ଼େଇରେ ଅମିତ ରୋହିଦାସଙ୍କର ରହିଥିଲା ବଡ଼ ଯୋଗଦାନ। ସେ ଏକାଧିକ ଗୋଲ୍‌ରୁ ଦଳକୁ ରକ୍ଷା କରିଥିଲେ।  

    ପ୍ୟାରିସ ଅଲିମ୍ପିକ୍ସରେ  ବ୍ରୋଞ୍ଜ ପଦକ ଜିତିବା ସହିତ ଇତିହାସକୁ ଦୋହରାଇଛି ଭାରତୀୟ ହକି ଟିମ। ଦୀର୍ଘ ୫୨ ବର୍ଷ ପରେ ଭାରତ କ୍ରମାଗତ ଭାବେ ଦୁଇଟି ଅଲିମ୍ପିକ୍ସରେ ପଦକ ଜିତିବାକୁ ସକ୍ଷମ ହୋଇଛି। ୧୯୬୮ ଓ ୧୯୭୨ରେ ଭାରତ ବ୍ରୋଞ୍ଜ ଜିତିଥିଲା। ତା’ପରେ ଟୋକିଓ ଅଲିମ୍ପିକ୍ସ (୨୦୨୦)ରେ ବ୍ରୋଞ୍ଜ ଜିତିଥିବା ବେଳେ  ପ୍ୟାରିସ ଅଲିମ୍ପିକ୍ସରେ ଭାରତୀୟ ଟିମ ବ୍ରୋଞ୍ଜ ପଦକ ଜିତି ଇତିହାସକୁ ଦୋହରାଇଛି।

    Maximum 500 characters

    ଖେଳ ଖବର View all

    Find Us on Facebook