Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

    ବଂଶୀ ବଜାଇଲେ ମୁଖ୍ୟମନ୍ତ୍ରୀ

    Share on :
    ajab-Image
    Date: Apr 15, 2026    Views: 2527

    ଭୁବନେଶ୍ଵର : ବଂଶୀ ବଜାଇଲେ ମୁଖ୍ୟମନ୍ତ୍ରୀ। ଓଡ଼ିଆ ପକ୍ଷ ସମାବର୍ତ୍ତନ ଉତ୍ସବ କାର୍ୟ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କର ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି। ଏହି କାର୍ୟ୍ୟକ୍ରମରେ ପ୍ରଦର୍ଶିତ ହୋଇଥିବା ଲୋକକଳାର ବାଦ୍ୟଯନ୍ତ୍ର ପ୍ରଦର୍ଶନୀ ବୁଲିବା ବେଳେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ମୁଖ୍ୟମନ୍ତ୍ରୀ ମୋହନ ମାଝୀଙ୍କୁ ବଂଶୀଟିଏ ଦେଖାଇଥିଲେ। ମୁଖ୍ୟମନ୍ତ୍ରୀ ସେହି ବଂଶୀ ବାଦନ କରିବାକୁ ଚେଷ୍ଟା କରିଥିଲେ। ଏହି ସମୟରେ ସେଠାରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଆଇନ ଓ ପୂର୍ତ୍ତ ମନ୍ତ୍ରୀ ପୃଥିରାଜ ହରିଚନ୍ଦନ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ମନ୍ତ୍ରୀ ସୂର୍ୟ୍ୟବଂଶୀ ସୂରଜ ଏବଂ ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରମୁଖ ଉପସ୍ଥିତ ଥିଲେ।

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook