Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଦେଶ ବିଦେଶ

ମୁଖ୍ୟ ଖବର

    ଆଜି ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ପାଇଁ ଭୋଟିଂ

    Share on :
    ajab-Image
    Date: Nov 20, 2024    Views: 2756

    ନୂଆଦିଲ୍ଲୀ: ଆଜି ମହାରାଷ୍ଟ୍ର ଓ ଝାଡ଼ଖଣ୍ଡ ବିଧାନସଭା ପାଇଁ ପଡ଼ିବ ଭୋଟ। ମହାରାଷ୍ଟ୍ରରେ ୨୮୮ ବିଧାନସଭା ଆସନ ପାଇଁ ଗୋଟିଏ ପର୍ୟ୍ୟାୟରେ ହେବ ଭୋଟିଂ। ସକାଳ ୭ଟାରୁ ମତଦାନ ଆରମ୍ଭ ହୋଇ ସନ୍ଧ୍ୟା ୬ଟାରେ ସରିବ। ମହାରାଷ୍ଟ୍ରରେ ମୋଟ ୧ ଲକ୍ଷ ୧୮୬ଟି ବୁଥରେ ମତସାବ୍ୟସ୍ତ କରିବେ ଭୋଟର।

    ମୋଟ୍ ୪ ହଜାର ୧୩୬ ପ୍ରାର୍ଥୀ ମହାରାଷ୍ଟ୍ର ବିଧାନସଭା ନିର୍ବାଚନ ଲଢ଼ୁଛନ୍ତି। ଏମାନଙ୍କ ମଧ୍ୟରେ ୨ ହଜାର ୮୬ ଜଣ ସ୍ୱାଧୀନ ପ୍ରାର୍ଥୀ ଅଛନ୍ତି। ମହାରାଷ୍ଟ୍ରରେ ଦୁଇ ମେଣ୍ଟ - ମହାୟୁତି ଏବଂ ମହା ବିକାଶ ଅଘାଡି ମଧ୍ୟରେ ହେଉଛି ଜୋରଦାର ଟକ୍କର। ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେଙ୍କ ନେତୃତ୍ୱରେ ଶିବସେନା, ବିଜେପି ଏବଂ ଏନ୍ସିପି ଅଜିତ ପାୱାର ଗୋଷ୍ଠୀକୁ ନେଇ ଗଠନ ହୋଇଛି ମହାୟୁତି ମେଣ୍ଟ।ସେହିଭଳି କଂଗ୍ରେସ, ଶିବସେନା (ୟୁବିଟି) ଏବଂ ଏନ୍ସିପି- ଶରଦ ପାୱାର ଗୋଷ୍ଠୀକୁ ନେଇ ହୋଇଛି ମହା ବିକାଶ ଅଘାଡି। ପୂର୍ବ ନିର୍ବାଚନରେ କଂଗ୍ରେସ, ଶିବସେନା ମେଣ୍ଟ ଏବଂ କଂଗ୍ରେସ, ଏନସିପି ମେଣ୍ଟ ଭିତରେ ଲଢେଇ ହୋଇଥିଲା। ତେବେ ପରେ ଏକନାଥ ସିନ୍ଦେ ଶିବସେନାରୁ ଏବଂ ଅଜିତ ପାୱାର ଏନସିପିରୁ ଅଲଗା ହୋଇ ଭିନ୍ନ ଦଳ ଗଠନ କରିଥିଲେ। ଏଇ ଦୁଇ ଦଳ ବିଭାଜିତ ହେବା ପରେ ଏହା ରାଜ୍ୟରେ ପ୍ରଥମ ବିଧାନସଭା ନିର୍ବାଚନ।

    ସେହିପରି ଝାଡ଼ଖଣ୍ଡରେ ଆଜି ଦ୍ୱିତୀୟ ତଥା ଶେଷ ପର୍ୟ୍ୟାୟ ମତଦାନ। ୮୧ ଆସନ ମଧ୍ୟରୁ ବାକି ୩୮ ଆସନ ପାଇଁ ଭୋଟ ଗ୍ରହଣ ହେବ। ଝାଡ଼ଖଣ୍ଡରେ ମତଦାନ ପ୍ରକ୍ରିୟା ସକାଳ ୭ଟାରୁ ଆରମ୍ଭ ହୋଇ ୫ଟା ପର୍ୟ୍ୟନ୍ତ ଚାଲିବ। ୪୧ଟି ବୁଥରେ ମତ ଗ୍ରହଣ କେବଳ ଅପରାହ୍ଣ ୪ଟା ପର୍ୟ୍ୟନ୍ତ ରଖାଯାଇଛି।

    ଏଥର ମୋଟ ୨୯ ହଜାର ୫୬୨ଟି ପୋଲିଂ ବୁଥ କରାଯାଇଛି। ଗତ ନଭେମ୍ବର ୧୩ ତାରିଖରେ ପ୍ରଥମ ପର୍ୟ୍ୟାୟରେ ୪୩ଟି ବିଧାନସଭା ସିଟ୍ ପାଇଁ ଭୋଟଗ୍ରହଣ ହୋଇଥିଲା। ଝାଡ଼ଖଣ୍ଡରେ ଦ୍ୱିତୀୟ ପର୍ୟ୍ୟାୟରେ ମୋଟ୍ ୫୨୮ ଜଣ ପ୍ରାର୍ଥୀ ଅଛନ୍ତି। ସେମାନଙ୍କ ମଧ୍ୟରେ ୪୭୨ ପୁରୁଷ ଥିବାବେଳେ ୫୫ ଜଣ ମହିଳା ପ୍ରାର୍ଥୀ ଅଛନ୍ତି। ରାଜ୍ୟରେ କ୍ଷମତାସୀନ ଜେଏମଏମ-କଂଗ୍ରେସ ମେଣ୍ଟକୁ ଟକ୍କର ଦେଉଛି ଭାରତୀୟ ଜନତା ପାର୍ଟି। ଆସନ୍ତା ୨୩ରେ ଉଭୟ ରାଜ୍ୟରେ ଭୋଟ ଗଣତି ହେବ।

    Maximum 500 characters

    ଦେଶ ବିଦେଶ View all

    Find Us on Facebook