ମୁଖ୍ୟ ଖବର
ସୁବର୍ଣ୍ଣପୁର: ସୁବର୍ଣ୍ଣପୁରରେ ଭୟାବହ ଅଗ୍ନିକାଣ୍ଡ। ଉଲୁଣ୍ଡା ବ୍ଲକ ସାହାଣୀଡିହ ଶ୍ରୀ ଜଗଦମ୍ବା ତେଲ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି । ଏନେଇ ଖବର ପାଇ ନିଆଁକୁ ଆୟତ୍ତ କରିବା ପାଇଁ ବିନିକା ଅଗ୍ନିଶମ ବିଭାଗ ଉଦ୍ୟମ ଜାରି ରଖିଛି । ଫ୍ୟାକ୍ଟ୍ରିରେ ନିଆଁ ଲାଗିଥିବା ନେଇ ସ୍ଥାନୀୟ କର୍ମଚାରୀମାନେ ଦେଖିବା ପରେ ବିନିକା ଅଗ୍ନିଶମ ବାହିନୀକୁ ଖବର ଦେଇଥିଲେ । ତୁରନ୍ତ ଅଗ୍ନିଶମବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିବା ପାଇଁ ଉଦ୍ୟମ ଜାରି ରଖିଛି । ତେବେ ନିଆଁ କେଉଁ କାରଣରୁ ଲାଗିଲା ତାହା ସ୍ପଷ୍ଟ ହୋଇନି । ଘଟଣାର ତଦନ୍ତ ଜାରି ରହିଛି ।
Comments ସମସ୍ତ ମତାମତ