Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଭୁବନେଶ୍ବରରେ ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ

    Share on :
    ajab-Image
    Date: Oct 17, 2026    Views: 3724

    ଭୁବନେଶ୍ବର: ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ବ୍ରଜମୋହନ ରାମ ଆଜି ମଧ୍ୟାହ୍ନ ୧୨ଟା ୩୦ ମିନିଟ୍ ସମୟରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିଛନ୍ତି। ବିମାନବନ୍ଦରରେ ତାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ମନ୍ତ୍ରିମଣ୍ଡଳର ଅନେକ ସଦସ୍ୟ, ବାଚସ୍ପତି ସୁରମା ପାଢ଼ୀ, ମୁଖ୍ୟ ଶାସନ ସଚିବ ଅନୁ ଗର୍ଗ ପ୍ରମୁଖ ସ୍ବାଗତ କରିଛନ୍ତି। ତାଙ୍କୁ ଗାର୍ଡ ଅଫ୍ ଅନର୍ ପ୍ରଦାନ କରାଯାଇଛି। ଆସନ୍ତା ୧୮ତାରିଖରେ ରାଜ୍ୟପାଳ ଭାବେ ଶପଥ ଗ୍ରହଣ କରିବେ। ଏଥିପାଇଁ ଓଡ଼ିଶା ଲୋକଭବନ ପକ୍ଷରୁ ଜୋରଦାର୍ ପ୍ରସ୍ତୁତି ଶେଷ ହୋଇଛି। ୧୮ତାରିଖ ପୂର୍ବାହ୍ନ ୧୧ଟାରେ ଲୋକଭବନର ନୂଆ ଅଭିଷେକ ହଲ୍‌ରେ ହାଇକୋର୍ଟର ମୁଖ୍ୟ ବିଚାରପତି ଜଷ୍ଟିସ ହରିଶ ଟଣ୍ଡନ ନୂଆ ରାଜ୍ୟପାଳଙ୍କୁ ଶପଥ ପାଠ କରାଇବେ। 

    ଏହି କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସମେତ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ, ମନ୍ତ୍ରିମଣ୍ଡଳର ସମସ୍ତ ସଦସ୍ୟ, ସାଂସଦ, ବିଧାୟକଙ୍କ ସମେତ ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ରାଜ୍ୟପାଳ ଶପଥ ଗ୍ରହଣ କରିବା ପରେ ପୁରୀ ଗସ୍ତରେ ଯିବେ। ସେଠାରେ ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ କରିବା ସହ ପୁରୀ ଲୋକଭବନରେ କିଛି ସମୟ ବିତାଇବାର କାର୍ଯ୍ୟକ୍ରମ ରହିଥିବା ଓଡ଼ିଶା ଲୋକଭବନ ପକ୍ଷରୁ କୁହାଯାଇଛି।

    Maximum 500 characters

    ତାଜା ଖବର View all

    Find Us on Facebook