Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ଘରକରଣ

ମୁଖ୍ୟ ଖବର

    ୫ ଦିନ ଯାଏଁ ଜାରି ରହିବ ଗୁଳୁଗୁଳି

    Share on :
    ajab-Image
    Date: Jun 10, 2023    Views: 3719

    ଭୁବନେଶ୍ୱର: ରାଜ୍ୟରେ ଆଉ ୫ଦିନ କଲବଲ କରିବ ଖରା ସାଙ୍ଗକୁ ଗୁଳୁଗୁଳି। ଆଗାମୀ ୫ ଦିନ ଯାଏଁ ପାଗର ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନାହିଁ। ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ଏହି ସୂଚନା ଦିଆଯାଇଛି।

    ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ରାଜ୍ୟରେ ୩ ରୁ ୪ ଦିନ ଯାଏଁ ଗ୍ରୀଷ୍ମ ପ୍ରବାହ ସହ ଉପକୂଳରେ ଗୁଳୁଗୁଳି ଜାରି ରହିବ। କିଛି କିଛି ସ୍ଥାନରେ ତାପମାତ୍ରା ସ୍ଵାଭାଵିକଠାରୁ ୩ ରୁ ୫ ଡ଼ିଗ୍ରୀ ଯାଏଁ ଅଧିକ ରହିବାର ସମ୍ଭାବନା ରହିଛି।
    ଆଗାମୀ ୨୪ ଘଣ୍ଟା ପାଇଁ ୯ଟି ଜିଲ୍ଲାକୁ ହିଟୱେଭ ୱାର୍ଣ୍ଣିଂ ଦିଆଯାଇଛି। ସେହି ଜିଲ୍ଲା ଗୁଡ଼ିକ ହେଲା ଝାରସୁଗୁଡା,ସମ୍ବଲପୁର, ବରଗଡ, ସୋନପୁର, ସୁନ୍ଦରଗଡ, ବଲାଙ୍ଗୀର, ବୌଦ୍ଧ, ମୟୁରଭଞ୍ଜ ଓ କେନ୍ଦୁଝର। ଏହି ଜିଲ୍ଲାରେ ଗ୍ରୀଷ୍ମପ୍ରବାହ ହେବାର ସମ୍ଭାବନା ରହିଛି। କିଛି ସ୍ଥାନରେ ତାପମାତ୍ରା ସ୍ୱାଭାବିକଠାରୁ ୩ରୁ ୫ ଡିଗ୍ରୀ ଅଧିକ ରହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ପୂର୍ବାନୁମାନ କରାଯାଇଛି। 

    Maximum 500 characters

    ଘରକରଣ View all

    Find Us on Facebook