ଭୁବନେଶ୍ୱର : ଆସୁଛି ଆଉ ଏକ ଲଘୁଚାପ । ଉତ୍ତର ବଙ୍ଗୋପସାଗରରେ ଆଉ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଏନେଇ ଗୁରୁବାର ଭାରତୀୟ ପାଣିପାଗ ବିଭାଗ ମହାନିର୍ଦ୍ଦେଶକ ମୃତ୍ୟୁଞ୍ଜୟ ମହାପାତ୍ରଙ୍କ ପକ୍ଷରୁ ସୂଚନା ମିଳିଛି । କାଲି ସୁଦ୍ଧା ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ସମ୍ଭାବନା ରହିଛି । ଏହାର ପ୍ରଭାବରେ ୨୪ ଘଣ୍ଟାରେ କିଛି ଜିଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏହାସହ ଓଡିଶାରେ ଜୁନରେ ନିଅଣ୍ଟିଆ ବର୍ଷା ହୋଇଥିବା ବେଳେ ଜୁଲାଇରେ ୯% ଅଧିକ ବର୍ଷା ହୋଇଛି ।ଭାରତ ପାଣିପାଗ ବିଭାଗ ଅନୁଯାୟୀ ଅଗଷ୍ଟ୧ ଏବଂ ୨ରେ ଓଡିଶାରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଅଗଷ୍ଟ ୬ ପର୍ୟ୍ୟନ୍ତ ରାଜ୍ୟର କେତେକ ସ୍ଥାନରେ ହାଲୁକାରୁ ମଧ୍ୟମ ବର୍ଷା ମଧ୍ୟ ଜାରି ରହିପାରେ।
Comments ସମସ୍ତ ମତାମତ