Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ପୁଣି ଏକ ଲଘୁଚାପ

    Share on :
    ajab-Image
    Date: Jul 26, 2024    Views: 3172

    ଭୁବନେଶ୍ୱର: ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ବର୍ଷା ଜାରି ରହିଛି । ତେବେ ଏହାରି ଭିତରେ ବଙ୍ଗୋପସାଗରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଉତ୍ତର ବଙ୍ଗୋପସାଗର ଓ ପାଶ୍ୱର୍ବର୍ତ୍ତୀ ଅଞ୍ଚଳରେ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଆଗାମୀ ୨ ଦିନ ମଧ୍ୟରେ ଲଘୁଚାପଟି ପଶ୍ଚିମବଙ୍ଗ ଓ ଝାଡ଼ଖଣ୍ଡ ମୁହାଁ ହେବ । ଏହାର ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ୫ ଦିନ ପର୍ୟ୍ୟନ୍ତ ବର୍ଷାରୁ ନିସ୍ତାର ମିଳିବ ନାହିଁ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । କିଛି ଜିଲାରେ ୨ ଶହ ମିଲିମିଟର ପର୍ୟ୍ୟନ୍ତ ବର୍ଷିବ । 

    ଅନ୍ୟପକ୍ଷରେ କିଛି ଦିନ ହେବ ରାଜ୍ୟରେ ବର୍ଷା ଜାରି ରହିଛି। ଆଜି କିଛି ଜିଲ୍ଳାରେ ବର୍ଷା ହେବା ନେଇ ୱାର୍ଣ୍ଣିଂ ଜାରି କରାଯାଇଛି। ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଝାରସୁଗୁଡ଼ା, ଗଞ୍ଜାମ, ଗଜପତି, ରାୟଗଡ଼ା, କୋରାପୁଟ ଓ ମାଲକାନଗିରି ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। 

    Maximum 500 characters

    ତାଜା ଖବର View all

    Find Us on Facebook