Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ପୁଣି ଦାନା ବାନ୍ଧୁଛି ଆଉ ଏକ ଲଘୁଚାପ

    Share on :
    ajab-Image
    Date: Dec 2, 2024    Views: 2813

    ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ  ସୃଷ୍ଟି ହୋଇପାରେ । ଆସନ୍ତା ୫  ତାରିଖରେ ସୁମାତ୍ରା ପାଖ ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ । ଏହା ଘନୀଭୂତ ହୋଇ ଲଘୁଚାପରେ ପରିଣତ ହୋଇପାରେ । ଏହା ଶ୍ରୀଲଙ୍କା ବା  ଦକ୍ଷିଣ ତାମିଲନାଡୁକୁ ମୁହାଁଇବ ଓ ବର୍ଷା  ହେବ । କିନ୍ତୁ ରାଜ୍ୟ ଉପରେ ଏହାର ସିଧା  ପ୍ରଭାବ ରହିବନି ବୋଲି ବରିଷ୍ଠ ପାଣିପାଗ  ବିଶେଷଜ୍ଞ ପ୍ରଫେସର ସୁରେନ୍ଦ୍ରନାଥ ପଶୁପାଳକ ପୂର୍ବାନୁମାନ କରିଛନ୍ତି । 
    ସେ କହିଛନ୍ତି, ଆସନ୍ତା ୪ରୁ ୬ ତାରିଖ ଭିତରେ  ଦକ୍ଷିଣ ଅଭ୍ୟନ୍ତରରେ ରାତି ତାପମାତ୍ରା ୪  ଡିଗ୍ରୀ କମିଯିବ । ଫଳରେ ଶୀତ ବଢ଼ିବ । ୨, ୩ ଓ ୯ ତାରିଖରେ ପାଗ ମେଘୁଆ  ରହିବ । ଉତ୍ତର ଉପକୂଳ ଓ ଅଭ୍ୟନ୍ତରରେ  ୪ରୁ ୬ ତାରିଖ ଭିତରେ ରାତି ତାପମାତ୍ରା  ୪ ଡିଗ୍ରୀ କମିବ । ୯ ତାରିଖରେ ପାଗ  ମେଘୁଆ ରହିବ । କୁହୁଡ଼ି ବି ଦୃଶ୍ୟମାନ  ହୋଇପାରେ । ଭୁବନେଶ୍ୱର ସମେତ ଦକ୍ଷିଣ ଉପକୂଳରେ ଆସନ୍ତା ୫ଦିନ ଯାଏ ତାପମାତ୍ରାରେ କିଛି ପରିବର୍ତ୍ତନ ହେବନି । ସୋମବାର ଏ ସବୁ ଅଞ୍ଚଳରେ ପାଗ  ମେଘୁଆ ରହିବା ସହ କୁହୁଡ଼ି ଦେଖାଦେବ । 

    Maximum 500 characters

    ତାଜା ଖବର View all

    Find Us on Facebook