ମୁଖ୍ୟ ଖବର
ଭୁବନେଶ୍ବର: ଆସନ୍ତା ୨୨ତାରିଖ ବେଳକୁ ଆରବସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଭାରତୀୟ ପାଣିପାଗ ବିଭାଗର ପୂର୍ବାନୁମାନ ଅନୁଯାୟୀ, ମେ’ ୨୧ସୁଦ୍ଧା ପୂର୍ବ-କେନ୍ଦ୍ରୀୟ ଆରବସାଗର ଏବଂ କର୍ଣ୍ଣାଟକ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ସମ୍ଭାବ୍ୟ ଘୂର୍ଣ୍ଣିବଳୟ ୨୨ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ଆରବସାଗର ଏବଂ କର୍ଣ୍ଣାଟକ ଉପକୂଳରେ ଲଘୁଚାପରେ ପରିଣତ ହେବ। ପରବର୍ତ୍ତୀ ସମୟରେ ସମ୍ଭାବ୍ୟ ଲଘୁଚାପ ଉତ୍ତର ଦିଗରେ ଗତି କରିବାର ସମ୍ଭାବନା ରହିଛି।ଆସନ୍ତା ୨୪ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା, ବରଗଡ, ବଲାଙ୍ଗିର, କୋରାପୁଟ, ରାୟଗଡା ଏବଂ ଗଜପତି ଜିଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଉପରୋକ୍ତ ଜିଲାଗୁଡିକ ମଧ୍ୟରୁ କିଛି ଅଞ୍ଚଳରେ ଘଣ୍ଟାପ୍ରତି ୩୦ରୁ ୪୦କି.ମି ବେଗରେ ପବନ ବହିପାରେ।
ଆସନ୍ତା ସପ୍ତାହେ ପର୍ୟ୍ୟନ୍ତ ରାଜ୍ୟର ସର୍ବାଧିକ ତାପମାତ୍ରାରେ ବିଶେଷ ପରିବର୍ତ୍ତନର ସମ୍ଭାବନା ନାହିଁ; କିନ୍ତୁ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ ଏବଂ ବୌଦ୍ଧ ଜିଲାର କିଛି ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ କିମ୍ବା ଏହାଠାରୁ ଅଧିକ ରହିପାରେ ବୋଲି ଭୁବନେଶ୍ବର ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି।
Comments ସମସ୍ତ ମତାମତ