Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଲଘୁଚାପ : ସମୁଦ୍ର ମଧ୍ୟକୁ ନ ଯିବାକୁ ପରାମର୍ଶ

    Share on :
    ajab-Image
    Date: Sep 1, 2025    Views: 3129

    ଭୁବନେଶ୍ୱର: ଆସନ୍ତା ୨ ତାରିଖ ବେଳକୁ ଉତ୍ତରପଶ୍ଚିମ ବଙ୍ଗୋପସାଗର ଅଞ୍ଚଳରେ ଆଉଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବା ନେଇ ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କତା ଜାରି କରିଛି। ଏହା ପ୍ରଭାବରେ ୩ ତାରିଖ ଯାଏ ପ୍ରବଳ ବର୍ଷା ସମ୍ଭାବନା ରହିଛି। ବିଶେଷକରି ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ମେଘୁଆ ପାଗ ସହ ପବନର ବେଗକୁ ନେଇ ସମୁଦ୍ର ଅଶାନ୍ତ ରହିବ। ତେଣୁ ସୁରକ୍ଷା ଦୃଷ୍ଟିରୁ ସେପ୍ଟେମ୍ବର ୨ରୁ ୪ ତାରିଖ ମଧ୍ୟରେ ସମୁଦ୍ର ମଧ୍ୟକୁ ନ ଯିବାକୁ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି।

    ପାଣିପାଗ କେନ୍ଦ୍ରର ସୂଚନାନୁସାରେ ସୋମବାର କଳାହାଣ୍ଡି, କନ୍ଧମାଳ, କୋରାପୁଟ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତ୍‌ସିଂହପୁର, ନୟାଗଡ଼, ଖୋର୍ଦ୍ଧା, ପୁରୀ, ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ଦେବଗଡ଼, ଅନୁଗୋଳ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ସୋନପୁର, ବୌଦ୍ଧ ଜିଲାରେ ବର୍ଷା ସହ ପବନ ବହିବ। ଏଥିସହ ସ୍ଥାନେ ସ୍ଥାନେ ବିଜୁଳି ଘଡ଼ଘଡ଼ି ନେଇ ସତର୍କ କରିଛି ପାଣିପାଗ କେନ୍ଦ୍ର। ସେହିପରି କଳାହାଣ୍ଡି, କନ୍ଧମାଳ ଓ କୋରାପୁଟ ଜିଲା କିଛି ସ୍ଥାନରେ ବିଜୁଳି ଓ ଘଡଘଡି ସହିତ ଘଣ୍ଟାପ୍ରତି ୩୦-୪୦ କି.ମି. ବେଗରେ ବହିବା ସହିତ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ ବୋଲି ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର।ଫ

    Maximum 500 characters

    ତାଜା ଖବର View all

    Find Us on Facebook