Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ବଢ଼ିପାରେ ମଧ୍ୟାହ୍ନଭୋଜନ ମୁଣ୍ଡ ପିଛା ଖର୍ଚ୍ଚ

    Share on :
    ajab-Image
    Date: Jul 27, 2024    Views: 3737

    ଭୁବନେଶ୍ୱର: ସ୍କୁଲରେ ଛାତ୍ରୀଛାତ୍ରମାନଙ୍କୁ ଦିଆଯାଉଥିବା ମଧ୍ୟାହ୍ନଭୋଜନ ମୁଣ୍ଡପିଛା ମୂଲ୍ୟ ବଢ଼ିପାରେ। ଏ ନେଇ ରାଜ୍ୟ ସରକାର ଚିନ୍ତା କରୁଛନ୍ତି। ବିଜେଡି ସଭ୍ୟ ରଣେନ୍ଦ୍ର ପ୍ରତାପ ସ୍ବାଇଁଙ୍କ ଏକ ଲିଖିତ ପ୍ରଶ୍ନର ଉତ୍ତରରେ ଶୁକ୍ରବାର ବିଧାନସଭାରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ ଏହି ସୂଚନା ଦେଇଛନ୍ତି। ରଣେନ୍ଦ୍ର ପଚାରିଛନ୍ତି ଯେ, ବର୍ତ୍ତମାନ ମଧ୍ୟାହ୍ନଭୋଜନରେ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରଙ୍କ ପାଇଁ ୫ ଟଙ୍କା ୯୦ ପଇସା ଏବଂ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ ପାଇଁ ୮ ଟଙ୍କା ୮୨ ପଇସା ଦିଆଯାଉଛି। ହେଲେ ଦର ଆକାଶ ଛୁଆଁ ହୋଇଥିବା ବେଳେ, ସରକାର ଏହାକୁ ବୃଦ୍ଧି କରିବାକୁ କିଛି ପଦକ୍ଷେପ ନେବେ କି।
    ମନ୍ତ୍ରୀ କହିଛନ୍ତି ଯେ, ବର୍ତ୍ତମାନ ବଜାରରେ ଖାଉଟି ସାମଗ୍ରୀର ମୂଲ୍ୟବୃଦ୍ଧି ଯୋଗୁ ମୁଣ୍ଡପିଛା ମୂଲ୍ୟ ବୃଦ୍ଧି ନିମନ୍ତେ ପ୍ରସ୍ତାବ ରାଜ୍ୟ ସରକାରଙ୍କ ନିକଟରେ ବିଚାରାଧୀନ ଅଛି। କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ୬୦:୪୦ ଅନୁପାତରେ ପରିଚାଳିତ ପ୍ରଧାନମନ୍ତ୍ରୀ ପୋଷଣ ଶକ୍ତି ନିର୍ମାଣ କାର୍ୟ୍ୟକ୍ରମ ଅଧୀନରେ ରାଜ୍ୟର ପ୍ରତ୍ୟେକ ସରକାରୀ ଓ ଅନୁଦାନପ୍ରାପ୍ତ ପ୍ରାଥମିକ ଓ ଉଚ୍ଚ ବିଦ୍ୟାଳୟରେ ଅଧ୍ୟୟନରତ ୪୪,୫୦,୦୦୦ ଛାତ୍ରୀଛାତ୍ରଙ୍କୁ ମଧ୍ୟାହ୍ନଭୋଜନ ପ୍ରଦାନ କରାଯାଉଅଛି। ଛାତ୍ରୀଛାତ୍ରଙ୍କୁ ଦିଆଯାଉଥିବା ମୁଣ୍ଡପିଛା ମୂଲ୍ୟ କେନ୍ଦ୍ର ସରକାର ନିର୍ଦ୍ଧାରଣ କରିଥାନ୍ତି। ଏଥିସହିତ ରାଜ୍ୟ ସରକାର ନିର୍ଦ୍ଧାରିତ ଅଂଶ ପ୍ରଦାନ କରିଥାନ୍ତି। ଏତଦ୍‌ବ୍ୟତୀତ ରାଜ୍ୟ ସରକାର ନିଜସ୍ବ ଯୋଜନାରୁ ଅତିରିକ୍ତ ମୁଣ୍ଡପିଛା ଖର୍ଚ୍ଚ ଛାତ୍ରୀଛାତ୍ରମାନଙ୍କୁ ପ୍ରଦାନ କରିଥାନ୍ତି।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook