ମୁଖ୍ୟ ଖବର
ହାଇଦ୍ରାବାଦ: ରବିବାର ସକାଳେ ହାଇଦ୍ରାବାଦର ଚାରମିନାର ନିକଟସ୍ଥ ଗୁଲଜାର ହାଉସରେ ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ ଘଟି ୧୭ ଜଣଙ୍କର ମୃତ୍ୟୁ ଘଟିଛି। ।ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଏହି ଘଟଣାରେ ଦୁଃଖ ପ୍ରକାଶ କରିଛନ୍ତି। ଏହା ସହିତ, ମୃତକଙ୍କ ପରିବାରଙ୍କ ପାଇଁ ଅନୂକମ୍ପାମୂଳକ ସହାୟତା ଘୋଷଣା କରିଛନ୍ତି। ପ୍ରଧାନମନ୍ତ୍ରୀ ମୋଦୀ ସୋସିଆଲ ମିଡିଆ ଏକ୍ସରେ କହିଛନ୍ତି, ତେଲେଙ୍ଗାନାର ହାଇଦ୍ରାବାଦରେ ଅଗ୍ନିକାଣ୍ଡ ଘଟଣାରେ ଲୋକଙ୍କ ମୃତ୍ୟୁରେ ମୁଁ ଗଭୀର ଦୁଃଖିତ। ଯେଉଁମାନେ ସେମାନଙ୍କର ପ୍ରିୟଜନଙ୍କୁ ହରାଇଛନ୍ତି ସେମାନଙ୍କ ପ୍ରତି ମୋର ସମବେଦନା। ମୁଁ ଆହତମାନଙ୍କ ଶୀଘ୍ର ଆରୋଗ୍ୟ କାମନା କରୁଛି।ପ୍ରତ୍ୟେକ ମୃତକଙ୍କ ପରିବାର ସଦସ୍ୟଙ୍କୁ ପ୍ରଧାନମନ୍ତ୍ରୀ ଜାତୀୟ ରିଲିଫ୍ ପାଣ୍ଠିରୁ ୨ ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ପ୍ରଦାନ କରାଯିବ। ଆହତମାନଙ୍କୁ ୫୦,୦୦୦ ଟଙ୍କା ପ୍ରଦାନ କରାଯିବା ନେଇ ଘୋଷଣା କରୁଛି ବୋଲି ପ୍ରଧାନମନ୍ତ୍ରୀ କହିଛନ୍ତି।
ଅଗ୍ନିଶମ ବିଭାଗର ଜଣେ ଅଧିକାରୀଙ୍କ ଅନୁଯାୟୀ, ସକାଳ ପ୍ରାୟ ୬.୩୦ ସମୟରେ ଅଗ୍ନିକାଣ୍ଡ ସମ୍ପର୍କରେ ସୂଚନା ମିଳିଥିଲା ଏବଂ ତା’ପରେ ଅଗ୍ନିଶମ କର୍ମଚାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ।
Comments ସମସ୍ତ ମତାମତ