Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

    ନବୀନଙ୍କୁ ଗିରଫ ଦାବି

    Share on :
    ajab-Image
    Date: Jul 24, 2024    Views: 2911

    ଭୁବନେଶ୍ୱର: ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଗିରଫ କରିବାକୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ମୁକେଶ ମହାଲିଙ୍ଗ ବିଧାନସଭାରେ ଦାବି କରିଛନ୍ତି। ମଙ୍ଗଳବାର ବିଧାନସଭାରେ ରାଜ୍ୟପାଳଙ୍କ ଅଭିଭାଷଣ ଉପରେ ଧନ୍ୟବାଦ ପ୍ରସ୍ତାବ ଆଗତ କରି ସେ କହିଛନ୍ତି ଯେ, ବିରୋଧୀ ଦଳ ନେତା ଗୃହର ନିୟମ ଭଙ୍ଗ, ରାଜ୍ୟପାଳଙ୍କ ଅଭିଭାଷଣ ବେଳେ ଗୃହ ଭିତରେ ବିଶୃଙ୍ଖଳା ସୃଷ୍ଟି କରିଥିବାରୁ ତାଙ୍କୁ ଗିରଫ କରିବା ଆବଶ୍ୟକ ବୋଲି ସେ କହିଛନ୍ତି। ଅନ୍ୟପକ୍ଷରେ ବିଜେଡି ବିଧାୟକ ଅରୁଣ ସାହୁ କହିଛନ୍ତି, ମହାଲିଙ୍ଗଙ୍କ ଦାବି ହାସ୍ୟାସ୍ପଦ। ପୂର୍ବରୁ ଏଭଳି ଦାବି କରାଯିବାର କୌଣସି ନଜିର ନାହିଁ। ବିଧାନସଭା କିମ୍ବା ସଂସଦର ପ୍ରସିଡିଙ୍ଗ(ପ୍ରକ୍ରିୟା) ଚାଲୁଥିବା ବେଳେ ଗିରଫଦାରୀ କେବେହେଲେ ଦେଖି ନ ଥିବା ସେ କହିଛନ୍ତି।

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook