ମୁଖ୍ୟ ଖବର
ଭୁବନେଶ୍ୱର: ନୂଆପଡ଼ା ଉପନିର୍ବାଚନ ପାଇଁ ଗୁରୁବାର ବିଜେପିର ଷ୍ଟାର ପ୍ରଚାରକ ତାଲିକା ପ୍ରକାଶ ପାଇଛି । ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ନିକଟରେ ୪୦ ଜଣିଆ ଷ୍ଟାର ପ୍ରଚାରକଙ୍କ ନାମ ତାଲିକା ଦଳ ଦାଖଲ କରିଛି ବୋଲି ବିଜେପି ମୁଖପାତ୍ର ସତ୍ୟବ୍ରତ ପଣ୍ଡା କହିଛନ୍ତି। ଯେଉଁଥିରେ ଦୁଇ ଜଣ ମୁଖ୍ୟମନ୍ତ୍ରୀ ଅଛନ୍ତି । ଜଣେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଓ ଅନ୍ୟଜଣେ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ବିଷ୍ଣୁଦେବ ସାଏ । ସେହିପରି ଦୁଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଓ କନକ ବର୍ଦ୍ଧନ ସିଂହଦେଓ ମଧ୍ୟ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ଅଛନ୍ତି ।
ଉକ୍ତ ତାଲିକାରେ ଅନ୍ୟମାନଙ୍କ ମଧ୍ୟରେ ଅଛନ୍ତି ବିଜେପି ରାଜ୍ୟସଭାପତି ମନମୋହନ ସାମଲ, ୩ କେନ୍ଦ୍ରମନ୍ତ୍ରୀ ଯଥା- ଧର୍ମେନ୍ଦ୍ର ପ୍ରଧାନ, ଅଶ୍ୱିନୀ ବୈଷ୍ଣବ ଓ ଜୁଏଲ ଓରାମ ଅଛନ୍ତି । ଏହାଛଡ଼ା ବିଜେପିର ରାଷ୍ଟ୍ରୀୟ ଉପାଧ୍ୟକ୍ଷ ବୈଜୟନ୍ତ ପଣ୍ଡା ଓ ୨ ପ୍ରଭାରୀ ମଧ୍ୟ ସାମିଲ ଅଛନ୍ତି ।
ଅନ୍ୟମାନଙ୍କ ମଧ୍ୟରେ ସୁନୀଲ ବଂଶଲ, ସୁରେଶ ପୂଜାରୀ, ପ୍ରତାପ ଷଡ଼ଙ୍ଗୀ, ସମୀଲ ମହାନ୍ତି, ବ୍ରିଜମୋହନ ଅଗ୍ରୱାଲ, ସଙ୍ଗୀତା କୁମାରୀ ସିଂହଦେଓ, ରବିନାରାୟଣ ନାଏକ, ନିତ୍ୟାନନ୍ଦ ଗଣ୍ଡ, ମୁକେଶ ମହାଲିଙ୍ଗ, ପ୍ରଦୀପ ପୁରୋହିତ, ସୁଜିତ କୁମାର, ରୂପ କୁମାରୀ ଚୌଧୁରୀ, ମାଲବିକା ଦେବୀ, ପ୍ରଦୀପ୍ତ କୁମାର ନାଏକ, ସିଦ୍ଧାନ୍ତ ମହାପାତ୍ର, ଅନୁଭବ ମହାନ୍ତି, ଆକାଶ ଦାସ ନାଏକ, ମାନସ କୁମାର ମହାନ୍ତି, ରଞ୍ଜନ କୁମାର ପଟେଲ, ଅନୁଜ ଶର୍ମା, ରୋହତି ସାହୁ ଓ ଲକ୍ଷ୍ମଣ ବାଗ ପ୍ରମୁଖ ଉକ୍ତ ଷ୍ଟାର ପ୍ରଚାରକ ତାଲିକାରେ ସାମିଲ ଅଛନ୍ତି ।
ନୂଆପଡା ବ୍ୟାଟେଲ ପାଇଁ ୩ ପ୍ରମୁଖ ଦଳ ବିଜେପି, ବିଜେଡି, କଂଗ୍ରେସ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛନ୍ତି । କଂଗ୍ରେସ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିଥିବା ବେଳେ ବିଜେପି ଦିବଙ୍ଗତ ରାଜେନ୍ଦ୍ର ଢୋଲକିଆଙ୍କ ପୁଅ ଜୟ ଢୋଲକିଆଙ୍କୁ ପ୍ରାର୍ଥୀ କରିଛି । ସେହିପରି ବିଜେଡି ସରପ୍ରାଇଜ କାର୍ଡ ଖେଳି ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗିନୀ ଛୁରିଆଙ୍କୁ ପ୍ରାର୍ଥୀ କରିଛି ।ବିଜେଡି ବିଧାୟକ ରାଜେନ୍ଦ୍ର ଢୋଲକିଆଙ୍କ ଦେହାନ୍ତ ପରେ ଖାଲି ପଡିଥିଲା ନୂଆପଡା ଆସନ । ତେବେ ଆସନ୍ତା ନଭେମ୍ବର 11ରେ ନୂଆପଡାରେ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି । ଯାହାର ଫଳାଫଳ ଆସନ୍ତା ନଭେମ୍ବର 16ରେ ପ୍ରକାଶ ପାଇବ । ରାଜ୍ୟରେ ବିଜେପି ସରକାରକୁ ଆସିବା ପରେ ପ୍ରଥମ ଥର ନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଛି ।
Comments ସମସ୍ତ ମତାମତ