Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲା: ୪ ସପ୍ତାହ ମଧ୍ୟରେ ମାମଲା ସାରିବାକୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

    Share on :
    ajab-Image
    Date: Jan 30, 2025    Views: 3560

    ପାଟଣାଗଡ: ବହୁ ଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ମାମଲାର ବିଚାର ପ୍ରକ୍ରିୟା ବିଲମ୍ବନେଇ ସୁପ୍ରିମକୋର୍ଟ ଅସନ୍ତୋଷ ପ୍ରକାଶ କରିଛନ୍ତି । ଏଥିସହ ଚାରି ସପ୍ତାହ ମଧ୍ୟରେ ମାମଲା ଶେଷ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ବିଚାରପତି ହୃଷିକେଶ ରାଏ ଓ ଏସ୍‌ବିଏନ୍‌ ଭଟିଙ୍କୁ ନେଇ ଗଠିତ ଦୁଇଜଣିଆ ଖଣ୍ଡପୀଠ ଏହି ମାମଲାର ଶୁଣାଣି କରିଥିବା ସରକାରୀ ଓକିଲ ଗଣମାଧ୍ୟମକୁ ସୂଚନା ଦେଇଛନ୍ତି । ଏହି ମାମଲାରେ ଆଉ ୨ ଜଣ ସାକ୍ଷୀଙ୍କର ବୟାନ ରେକର୍ଡ ହୋଇ ନ ଥିବା ସରକାରୀ ଓକିଲ ଦର୍ଶାଇଛନ୍ତି ।ପୁର୍ବରୁ ଏହି ମାମଲାରେ ମୁଖ୍ୟ ଅଭିଯୁକ୍ତ ପୁଞ୍ଜିଲାଲ ମେହେରଙ୍କ ଜାମିନ ଆବେଦନକୁ ହାଇକୋର୍ଟ ଖାରଜ କରିଥିଲେ । ପୁଞ୍ଜିଲାଲ୍‌ ପିଏଚ୍‌ଡି ପାଇଁ ଥେସିସ୍‌ ପ୍ରଦାନ କରିବା, ସାମ୍ବାଦିକତା ଓ ଗଣଯୋଗାଯୋଗ ପାଇଁ ଚତୁର୍ଥ ସେମିଷ୍ଟାର ପରିକ୍ଷା ଦେବା ସହିତ ଶରୀର ଅସୁସ୍ଥ ଥିବା ଆଦି କାରଣ ଦର୍ଶାଇ ଜାମିନ ଆବେଦନ କରିଥିଲେ। ହେଲେ ହାଇକୋର୍ଟ ତାଙ୍କୁ ଜାମିନ ଦେଇ ନ ଥିଲେ ।ସୂଚନାଯୋଗ୍ୟ, ୨୦୧୮ ଫେବୃୟାରୀ ୨୩ ତାରିଖରେ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣା ସମଗ୍ର ଦେଶକୁ ଚହଲାଇ ଦେଇଥିଲା। ପାଟଣାଗଡ଼ ଜବାହରଲାଲ କଲେଜର ତତ୍କାଳୀନ ଅଧ୍ୟାପକ ରବୀନ୍ଦ୍ର ସାହୁ ଏବଂ ଭଇଁଷା କଲେଜର ତତ୍କାଳୀନ ଅଧ୍ୟକ୍ଷା ସଞ୍ଜୁକ୍ତା ସାହୁଙ୍କ ଏକମାତ୍ର ପୁତ୍ର ସୌମ୍ୟଶେଖର ସାହୁଙ୍କ ବିବାହ ଉପହାର ଭାବେ ଆସିଥିବା ଏକ ପାର୍ସଲକୁ ଖୋଲିବାବେଳେ ଭୟଙ୍କର ବିସ୍ଫୋରଣ ହୋଇଥିଲା । ଏଥିରେ ନବବିବାହିତ ସୌମ୍ୟଶେଖର ଓ ତାଙ୍କ ଜେଜେମା ଜେମାମଣି ସାହୁଙ୍କ ମୃତ୍ୟୁ ଘଟିଥିଲା । ସୌମ୍ୟଶେଖରଙ୍କ ନବବିବାହିତା ସ୍ତ୍ରୀ ରିମାରାଣୀ ଗୁରୁତର ଆହତ ହୋଇଥିଲେ । ଏହି ମାମଲାରେ କ୍ରାଇମବ୍ରାଞ୍ଚ ଭଇଁଷା କଲେଜର ଇଂରାଜୀ ବିଭାଗ ଅଧ୍ୟାପକ ପୁଞ୍ଜିଲାଲ ମେହେରଙ୍କୁ ମୁଖ୍ୟ ଏବଂ ଏକମାତ୍ର ଅଭିଯୁକ୍ତ ଭାବେ ଗିରଫ କରିଥିଲା । ଅଭିଯୁକ୍ତ ପୁଞ୍ଜିଲାଲ ବଲାଙ୍ଗୀର ଜିଲା କାରାଗାରରେ ବିଚାରାଧୀନ କଏଦୀ ଭାବେ ରହିଆସୁଛନ୍ତି ।

    Maximum 500 characters

    ରାଜ୍ୟ ଖବର View all

    Find Us on Facebook