Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜ୍ୟ ଖବର

ମୁଖ୍ୟ ଖବର

    ‘ଆଳୁ ୪୦ ଟଙ୍କା ଟପିଲେ କାର୍ୟ୍ୟାନୁଷ୍ଠାନ’

    Share on :
    ajab-Image
    Date: Dec 2, 2024    Views: 4100

    ଭୁବନେଶ୍ୱର: ଚଢ଼ା ଦରରେ ଆଳୁ ବିକ୍ରି କରାଯାଉଥିବା ଅଭିଯୋଗରେ ଟ୍ୱିନ୍‌ ସିଟି କଟକ ଓ ଭୁବନେଶ୍ୱରରେ ଯୋଗାଣ ବିଭାଗର ପକ୍ଷରୁ ଚଢ଼ାଉ କରାଯାଇଛି। ଭୁବନେଶ୍ୱର ୪ନଂ ମାର୍କେଟରେ ଯୋଗାଣ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଥିବା ବେଳେ କଟକ ଛତ୍ର ବଜାରରେ ଦୋକାନ ଓ ଗୋଦାମରେ ଚଢ଼ାଉ କରାଯାଇଛି।

    ଭୁବନେଶ୍ୱରରେ ଆଳୁ ୪୦ ଟଙ୍କାରୁ ଅଧିକ ଦରରେ ବିକ୍ରି କରାଗଲା କାର୍ୟ୍ୟାନୁଷ୍ଠାନ ନିଆଯିବ ବୋଲି ଯୋଗାଣ ଅଧିକାରୀ କହିଛନ୍ତି। ଭୁବନେଶ୍ୱର ୪ନଂ ମାର୍କେଟରେ  ଚଢ଼ାଉ ବେଳେ  ଯୋଗାଣ ଅଧିକାରୀ କହିଛନ୍ତି, ୪୦ ଟଙ୍କାରୁ ଅଧିକ ବିକିଲେ ଦୋକାନୀକୁ ପ୍ରଥମେ ନୋଟିସ ଦିଆଯିବ। ସେମାନେ ନୋଟିସରେ କ’ଣ ଜବାବ ରଖିବେ ତାକୁ ଆମେ ଦେଖିବୁ। ପରେ ତାଙ୍କ ଉପରେ କାର୍ୟ୍ୟାନୁଷ୍ଠାନ ନିଆଯିବ ।ବ୍ୟବସାୟୀଙ୍କୁ ରେଟ୍ ଚାର୍ଟ ଲଗାଇବାକୁ କୁହାଯାଇଛି। 

    Maximum 500 characters

    ରାଜ୍ୟ ଖବର View all

    Find Us on Facebook