Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ସୀମାରେ ଅଟକିଛି ଆଳୁ ଟ୍ରକ

    Share on :
    ajab-Image
    Date: Jul 26, 2024    Views: 3950

    ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଥିବାବେଳେ ଆଳୁ ଦର ଆକାଶ ଛୁଆଁ ହୋଇଛି। ଆଳୁ କିଲୋ ପିଛା ଦର ୬୦ ଛୁଇଁଛି। ପଶ୍ଚିମବଙ୍ଗରୁ ହଠାତ୍ ଆମଦାନୀ ବନ୍ଦ ହୋଇଥିବାରୁ କଟକ ମାଲଗୋଦାମ, ଛତ୍ରବଜାର ଓ ଭୁବନେଶ୍ବର କୁବେରପୁରୀର ଆଳୁ ଗଦି ଖାଲି ହୋଇଯାଇଛି।  ତେବେ ସୁବଠାରୁ ବଡ଼ କଥା ହେଉଛି ପଶ୍ଚିମ-ଓଡ଼ିଶା ସୀମାରେ ବହୁ ଆଳୁ ଟ୍ରକ ଅଟକି ରହିଛି । ସମ୍ପୃକ୍ତ ଆଳୁ ଟ୍ରକଗୁଡ଼ିକ ସୋନାକଣିଆ ନିକଟରେ ପଶ୍ଚିମବଙ୍ଗ ପୁଲିସ ଅଟକାଇଥିବା ଜଣାଯାଇଛି । ଓଡ଼ିଶାକୁ ପ୍ରବେଶ ଅନୁମତି ନଥିବାରୁ ଟ୍ରକ ଆସିପାରୁନାହିଁ । ସୀମାବର୍ତ୍ତୀ ୪ଟି ରାସ୍ତାରେ ଶତାଧିକ ଟ୍ରକ ଅଟକି ରହିଛି । 

    ଅନ୍ୟପକ୍ଷରେ ରାଜ୍ୟରେ ପର୍ୟ୍ୟାପ୍ତ ପରିମାଣରେ ନାହିଁ କି ଆଳୁ । ଯଦି ଆଳୁ ମହଜୁଦ ଅଛି ତେବେ କାହିଁକି ଦର ବୃଦ୍ଧି ହେଉଛି । ଏହାର ସ୍ଥିତି ପରଖିବାକୁ ଆଳୁ ଗୋଦାମରେ ପହଞ୍ଚିଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର । ଭୁବନେଶ୍ୱର ଆଇଗିଣିଆ ସ୍ଥିତ ଗୋଦାମରେ ପହଞ୍ଚି ତଦାରଖ କରୁଛନ୍ତି ଖାଦ୍ୟ ଯୋଗାଣ ମନ୍ତ୍ରୀ ।ବ୍ୟବସାୟୀଙ୍କୁ ଭେଟିବା ଆଲୋଚନା କରିବା ସହ କଳାବଜାରିର ତଦାରଖ କରିଛନ୍ତି ମନ୍ତ୍ରୀ । ଏହାପରେ ମନ୍ତ୍ରୀ କହିଛନ୍ତି ରାଜ୍ୟରେ ୭ରୁ ୮ଦିନ ଯାଏଁ ଆଳୁ ମହଜୁଦ ରହିଛି । ପଶ୍ଚିମବଙ୍ଗରୁ ଆଳୁ ଟ୍ରକ ଆସିବା ବନ୍ଦ ରହିଥିବାରୁ ରାଜ୍ୟରେ ଆଳୁ ଦର ବୃଦ୍ଧି ପାଇଛି । ତେବେ ଉତ୍ତରପ୍ରଦେଶରୁ ଆଳୁ ଆଣିବାକୁ ଆଲୋଚନା କରାଯିବ ବୋଲି ମନ୍ତ୍ରୀ କହିଛନ୍ତି ।

    Maximum 500 characters

    ତାଜା ଖବର View all

    Find Us on Facebook