Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି ତଡ଼କା

ମୁଖ୍ୟ ଖବର

    ମୁଁ ବିଜେଡିରୁ ଇସ୍ତଫା ଦେଇଛି: ପ୍ରଫୁଲ୍ଲ ମଲ୍ଲିକ

    Share on :
    ajab-Image
    Date: Sep 12, 2025    Views: 2821

    ଭୁବନେଶ୍ବର: ବିଜେଡିରୁ ନିଲମ୍ବିତ ନୁହେଁ, ବରଂ ମୁଁ ଦଳରୁ ଗତକାଲି ଇସ୍ତଫା ଦେଇଛି। ମୁଁ ନିଜର ବ୍ୟକ୍ତିଗତ କାରଣରୁ ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଉପସଭାପତି ଦେବୀ ମିଶ୍ରଙ୍କୁ ନିଜର ଇସ୍ତଫା ପତ୍ର ପଠାଇଥିଲି। ଏହି ଇସ୍ତଫା ପତ୍ର ପାଇବା ପରେ ନିଲମ୍ବନ କରାଯାଇଥିବା କହୁଛନ୍ତି। ଆଜି ଏଭଳି ପ୍ରତିକ୍ରିୟା ରଖିଛନ୍ତି ବରିଷ୍ଠ ରାଜନେତା ପ୍ରଫୁଲ୍ଲ ମଲ୍ଲିକ।ସୂଚନାଯୋଗ୍ୟ, ପୂର୍ବତନ ମନ୍ତ୍ରୀ ତଥା କାମାକ୍ଷାନଗରର ପ୍ରାକ୍ତନ ବିଧାୟକ ପ୍ରଫୁଲ୍ଲ ମଲ୍ଲିକଙ୍କୁ ଦଳ ବିରୋଧୀ କାର୍ୟ୍ୟ ପାଇଁ ତାଙ୍କୁ ଦଳରୁ ନିଲମ୍ବିତ କରାଯାଇଛି। ବିଜେଡି ସଭାପତିଙ୍କ ନିର୍ଦ୍ଦେଶରେ ଏଭଳି କାର୍ୟ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ନେଇ ଉପସଭାପତି ପ୍ରତାପ ଜେନାଙ୍କ ଏକ ଚିଠି ଜରିଆରେ ଗଣମାଧ୍ୟମକୁ ସୂଚନା ଦିଆଯାଇଛି।
    ଉଲ୍ଲେଖଯୋଗ୍ୟ, ପ୍ରଫୁଲ୍ଲ ମଲ୍ଲିକ ବି ଦଳ ବିରୋଧରେ ନିୟମିତଭାବେ ଅସନ୍ତୋ‌ଷ ଝାଡ଼ିଚାଲିଥିଲେ। ବିଜେଡି ଠିକ୍ ଭାବେ ବିରୋଧୀ ଦଳର ଭୂମିକା ନିର୍ବାହ କରୁନି ବୋଲି ସେ ରୋକ୍‌ଠୋକ୍ କହିଥିଲେ। ଗଣମାଧ୍ୟମକୁ ଶ୍ରୀ ମଲ୍ଲିକ କହିଥିଲେ, ମୁଁ ଏବେ ବିଜେଡିରେ ଅଛି। କିନ୍ତୁ କୌଣସି ସାଂଗଠନିକ କାର୍ୟ୍ୟକ୍ରମରେ ଯୋଗ ଦେଉନି। ଆଗକୁ ଦଳ ଯଦି ଠିକ ଢଙ୍ଗରେ ନ ଚାଲିବ ତା’ହେଲେ ଦଳ ଠାରୁ ଦୂରେଇଯିବି। ଦଳ ଆଉ ପୂର୍ବ ବିଚାରଧାରାରେ ନାହିଁ। ଦଳକୁ ସଙ୍ଗଠିତ କରିବାକୁ କିଛି ପରାମର୍ଶ ଦେଇଥିଲୁ। ରାଜନୈତିକ ବ୍ୟାପାର କମିଟି ଓ ଶୃଙ୍ଖଳା କମିଟି ଭଳି ଦୁଇଟି ନିଷ୍ପତ୍ତି ଗ୍ରହଣ କରାଯାଇଛି। ଅନ୍ୟ ପ୍ରସ୍ତାବଗୁଡ଼ିକୁ ଗ୍ରହଣ କରାଯାଇନି। ମୋ ସହିତ କେହି ଆଲୋଚନା କରିନାହାନ୍ତି କି ମୁଁ କାହାକୁ ଭେଟିନି। ଏବେ ନୂଆ ବିଜେଡି ଗଠନର ସମୟ ନୁହେଁ। ପୁରୁଣା ବିଜେଡିକୁ ଠିକ୍‌ ଭାବେ ଚଳାଇବାକୁ ପଡ଼ିବ। ଏଣେ ଶ୍ରୀ ମଲ୍ଲିକଙ୍କ ମନ୍ତବ୍ୟର କଡ଼ା ପ୍ରତିବାଦ ଜଣାଇ ବରିଷ୍ଠ ନେତା ପ୍ରତାପ ଜେନା କହିଥିଲେ, ପ୍ରଫୁଲ୍ଲ ମଲ୍ଲିକ ହେଉଛନ୍ତି ଶତାବ୍ଦୀର ବଡ଼ ସୁବିଧାବାଦୀ ନେତା। 

    Maximum 500 characters

    ରାଜନୀତି ତଡ଼କା View all

    Find Us on Facebook