Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ରାଜନୀତି

ମୁଖ୍ୟ ଖବର

    ଆଇସିୟୁରେ ପ୍ରଫୁଲ୍ଲ ସାମଲ ଅସୁସ୍ଥ

    Share on :
    ajab-Image
    Date: Jul 18, 2026    Views: 2466

    ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡି ନେତା ପ୍ରଫୁଲ୍ଲ ସାମଲ ଅସୁସ୍ଥତା କାରଣରୁ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ ଶ୍ରୀ ସାମଲଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି । ଏ ନେଇ ସେ ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ ଉଲ୍ଲେଖ କରିଛନ୍ତି । ନବୀନଙ୍କ ନିର୍ଦ୍ଦେଶରେ ବିଜେଡିର ଏକ ପ୍ରତିନିଧିଦଳ ହସ୍ପିଟାଲକୁ ଯାଇ  ସାମଲଙ୍କ ସ୍ୱାସ୍ଥ୍ୟାବସ୍ଥା ପଚାରି ବୁଝିଛନ୍ତି । ଶ୍ରୀ ସାମଲଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି ।

     
    ସେହିପରି ପୂର୍ବତନ ମନ୍ତ୍ରୀ ଚନ୍ଦ୍ର ସାରଥୀ ବେହେରାଙ୍କ ମା’ ଅସୁସ୍ଥ ହୋଇ ଘରୋଇ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ତାଙ୍କୁ ମଧ୍ୟ ବିଜେଡି ପ୍ରତିନିଧିମଣ୍ଡଳୀ ଭେଟିଛନ୍ତି । ସ୍ୱାସ୍ଥ୍ୟାବସ୍ଥା ବାବଦରେ ଡାକ୍ତରଙ୍କ ସହ ଆଲୋଚନା କରିବା ସହ ଆଶୁ ଆରୋଗ୍ୟ କାମନା କରିଛନ୍ତି । ବିଜେଡି ପ୍ରତିନିଧିମଣ୍ଡଳୀରେ ବରିଷ୍ଠ ଉପସଭାପତି ଦେବୀ ପ୍ରସାଦ ମିଶ୍ର, ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକ, ବରିଷ୍ଠ ଉପସଭାପତି ସଞ୍ଜୟ ଦାସବର୍ମା, ସୁଜାତା ରାଉତ, ରାଜ୍ୟ ସଭା ସାଂସଦ ଶୁଭାଶିଷ ଖୁଣ୍ଟିଆ, ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ, ଭଣ୍ଡାରିପୋଖରୀ ବିଧାୟକ ସଞ୍ଜୀବ ମଲ୍ଲିକ, ପୁରୀ ଜିଲ୍ଲା ସଭାପତି ଉମାକାନ୍ତ ସାମନ୍ତରାୟ, ଭୁବନେଶ୍ୱର ଉତ୍ତର ବିଧାୟକ ସୁଶାନ୍ତ ରାଉତ, ବିଏମ୍‌ସି ମେୟର ସୁଲୋଚନା ଦାସ ପ୍ରମୁଖ ସାମିଲ ଥିଲେ ।

    Maximum 500 characters

    ରାଜନୀତି View all

    Find Us on Facebook