ନୂଆଦିଲ୍ଲୀ: ଶପଥ ନେଲେ ପ୍ରିୟଙ୍କା ଗାନ୍ଧି ଭଡ୍ରା। କେରଳର ୱାୟନାଡରୁ ବିଜୟୀ ହୋଇଥିବା କଂଗ୍ରେସର ସାଧାରଣ ସମ୍ପାଦିକା ପ୍ରିୟଙ୍କା ଗାନ୍ଧି ଆଜି ପ୍ରଥମ ଥର ପାଇଁ ସାଂସଦ ଭାବେ ଶପଥ ଗ୍ରହଣ କରିଛନ୍ତି।
ଆଜି ଗୃହ କାର୍ୟ୍ୟ ଆରମ୍ଭ ହେବା ପରେ ହାତରେ ସମ୍ବିଧାନର ଏକ କପି ଧରି ସେ ଶପଥ ପାଠ କରିଛନ୍ତି। ଲୋକସଭା ବାଚସ୍ପତି ଓମ ବିର୍ଲା ଏବଂ ସଂସଦରେ ବସିଥିବା ସାଂସଦଙ୍କ ଉପସ୍ଥିତିରେ ଶପଥ ଗ୍ରହଣ କରିଛନ୍ତି। ଏହି ସମୟରେ ଲୋୟର ହାଉସର ଗ୍ୟାଲେରୀରେ ତାଙ୍କ ସ୍ୱାମୀ ରବର୍ଟ ଭଡ୍ରା ଏବଂ ତାଙ୍କ ପିଲାମାନେ ଏବଂ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡ଼ଗେ ମଧ୍ୟ ଉପସ୍ଥିତ ଥିଲେ।
Comments ସମସ୍ତ ମତାମତ