Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଆଗାମୀ ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା

    Share on :
    ajab-Image
    Date: Jul 27, 2024    Views: 3066

    ଭୁବନେଶ୍ୱର:  ଉତ୍ତର ବଙ୍ଗୋପସାଗର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ପ୍ରଭାବରେ ଉତ୍ତର ଓଡ଼ିଶା ଓ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆଗାମୀ ୪ ଦିନ ଯାଏ ରାଜ୍ୟରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର।

    ପାଣିପାଗକେନ୍ଦ୍ରର ସୂଚନା ଅନୁସାରେ, ଆଜି ୧୦ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ସେହି ଜିଲ୍ଲା ଗୁଡ଼ିକ କୋରାପୁଟ, ନବରଙ୍ଗପୁର, ନୂଆପଡା, କଳାହାଣ୍ଡି, ବଲାଙ୍ଗିର, କନ୍ଧମାଳ, ସୋନପୁର, ବରଗଡ଼, କଟକ ଓ ନୟାଗଡ଼।ଅନ୍ୟପକ୍ଷରେ ଲଘୁଚାପ ନେଇ ୧୩ ଜିଲ୍ଲାର ଜିଲ୍ଲାପାଳଙ୍କୁ ସ୍ୱତନ୍ତ୍ର ରିଲିଫ୍ କମିଶନର(ଏସ୍‌ଆରସି) ଚିଠି ଲେଖିଛନ୍ତି। ସେ ଚିଠିରେ ଉଲ୍ଲେଖ କରିଛନ୍ତି ଯେ, ଲଘୁଚାପ ବର୍ଷା ଯୋଗୁ ଉତ୍ତର ଓଡ଼ିଶାରେ ବନ୍ୟା ସ୍ଥିତି ଉପୁଜିପାରେ। ଉତ୍ତର ଓଡ଼ିଶା ସହ ୧୩ ଜିଲ୍ଲାର ଜିଲ୍ଲାପାଳଙ୍କୁ ସଜାଗ ରହିବାକୁ ଏସଆରସି  ନିର୍ଦ୍ଦେଶ ଦେଇଛନ୍ତି। ଜିଲ୍ଲାସ୍ତରରେ ପ୍ରସ୍ତୁତ ରହିବା ସହ ସ୍ଥିତି ନେଇ ଅବଗତ କରିବାକୁ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି।

    Maximum 500 characters

    ତାଜା ଖବର View all

    Find Us on Facebook