ଭୁବନେଶ୍ୱର : ଉତ୍ତର ଆନ୍ଧ୍ରପ୍ରଦେଶ ଓ ସଂଲଗ୍ନ ଉପକୂଳରେ ବୁଧବାର ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି । ଗୁରୁବାର ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହେବ । ଏହା ପ୍ରଭାବରେ ରାଜ୍ୟରେ ବର୍ଷା ବଢ଼ିବ । ଦକ୍ଷିଣ ଓଡ଼ିଶାରେ ଭାରୀ ବର୍ଷା ହୋଇପାରେ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି । ଦକ୍ଷିଣ ଓଡ଼ିଶାର ୫ଟି ଜିଲ୍ଲାରେ ୯ରୁ ୧୧ତାରିଖ ଯାଏ ପ୍ରବଳ ବର୍ଷା ହେବ। ସେହିପରି ପାଣିପାଗ ବିଭାଗର ଆକଳନ କହୁଛି, ୫ ତାରିଖରେ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା, ରାୟଗଡ଼ା, ଗଞ୍ଜାମ ଓ ଗଜପତିରେ ପ୍ରବଳ ବର୍ଷା ସମ୍ଭାବନା ଅଛି । ଏ ସବୁ ଜିଲ୍ଲାର ବିଭିନ୍ନ ସ୍ଥାନରେ ୭୦ରୁ ୧୧୦ମିମି ପର୍ୟ୍ୟନ୍ତ ବର୍ଷା ହୋଇପାରେ । ୬ ତାରିଖରେ ପୁରୀ, ଖୋର୍ଦ୍ଧା, ନୟାଗଡ଼, ଗଞ୍ଜାମ, ଗଜପତି, ଜଗତସିଂହପୁର, କଟକ, ରାୟଗଡ଼ା, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଓ କନ୍ଧମାଳର କିଛି ସ୍ଥାନରେ ପ୍ରବଳ ବର୍ଷା ହୋଇପାରେ । ୭ ଓ ୮ ତାରିଖରେ ଉପକୂଳ ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା ହୋଇପାରେ ।
Comments ସମସ୍ତ ମତାମତ