Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ବର୍ଷା, ମୟୂରଭଞ୍ଜକୁ ରେଡ ଆଲର୍ଟ

    Share on :
    ajab-Image
    Date: Sep 16, 2024    Views: 3548

    ଭୁବନେଶ୍ବର: ଆଜି ଉତ୍ତର ଓଡ଼଼ିଶାରେ ହେବ ପ୍ରବଳ ବର୍ଷା । ବଙ୍ଗୋପସାଗରେ ସୃଷ୍ଟ ଗଭୀର ଅବପାତର ତୀବ୍ରତା ଅଧିକ ରହିଛି । ପ୍ରଭାବରେ ଉତ୍ତର ଓଡ଼ିଶାରେ ବର୍ଷା ଲାଗିରହିବ ବୋଲି ସତର୍କ ସୂଚନା ଜାରି କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପ୍ରବଳ ବର୍ଷା ପାଇଁ ମୟୂରଭଞ୍ଜକୁ ରେଡ୍ ଆଲର୍ଟ ଜାରି କରାଯାଇଛି ।ସେହିପରି କେନ୍ଦୁଝର ବାଲେଶ୍ୱର ଓ ସୁନ୍ଦରଗଡ଼କୁ ଅରଞ୍ଜ ଓ ୧୧ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । ବର୍ଷା ସମୟରେ ସମୁଦ୍ର ମଧ୍ୟରେ ଘଣ୍ଟାପ୍ରତି ୫୦ ରୁ ୬୦ କିମି ପବନ ବହିବାର ସମ୍ଭାବନା ରହିଛି । ଏଣୁ ମତ୍ସ୍ୟଜୀବୀଙ୍କୁ ସମୁଦ୍ର ଯିବାକୁ ବାରଣ କରାଯାଇଛି । ଉତ୍ତର ଉପକୂଳରେ ଥିବା ଧାମରା ଏବଂ ପାରାଦୀପ ବନ୍ଦରକୁ ୩ ନମ୍ବର ବିପଦ ସଂକେତ ଜାରି କରାଯାଇଛି । କାଲିଠୁ ବର୍ଷା କମିବା ସହ ଗରମ ଗୁଳୁଗୁଳି ଆରମ୍ଭ ହେବ । ସେପଟେ ଜୁନ ୧ ତାରିଖରୁ ଏ ପର୍ୟ୍ୟନ୍ତ ସାରା ରାଜ୍ୟରେ ୯୬୩ ଦଶମିକ ୫ ମିଲିମିଟର ବର୍ଷା ହୋଇଥିବା ବେଳେ ବର୍ତ୍ତମାନ ୮ ପ୍ରତିଶତ ନିଅଁଟିଆ ବର୍ଷା ରେକର୍ଡ କରାଯାଇଛି ।

    Maximum 500 characters

    ତାଜା ଖବର View all

    Find Us on Facebook