ମୁଖ୍ୟ ଖବର
ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଜଣେ ନାବାଳିକାକୁ ଦୁଷ୍କର୍ମ କରାଯାଇଥିବା ଅଭିଯୋଗ ହୋଇଛି । ପୀଡିତା ନାବାଳିକା କ୍ୟାପିଟାଲ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ପୁଲିସ ଘଟଣାରେ ମାମଲା ରୁଜୁ କରି ତଦନ୍ତ କରୁଛି ।
ସୂଚନା ଅନୁସାରେ ଶୁକ୍ରବାର ବିଳମ୍ବିତ ରାତିରେ ନାବାଳିକ ଜଣଙ୍କ ରାସ୍ତାକଡରେ ଗୁରୁତର ଅବସ୍ଥାରେ ପଡିଥିବା ସ୍ଥାନୀୟ ଲୋକମାନେ ଦେଖିଥିଲେ । ନାବାଳିକା ଜଣଙ୍କ ରକ୍ତାକ୍ତ ଅବସ୍ଥାରେ କ୍ୟାପିଟାଲ ହସ୍ପିଟାଲ ଯାଇଥିଲେ। ସନ୍ଦେହରେ କ୍ୟାପିଟାଲ୍ ହସ୍ପିଟାଲ୍ ଫାଣ୍ଡି ପୁଲିସକୁ ଜଣାଇଥିଲେ ଡାକ୍ତର। ଡାକ୍ତରଙ୍କ ରିପୋର୍ଟ ଆଧାରରେ କ୍ୟାପିଟାଲ ଥାନା ପୁଲିସ ଏକ ମାମଲା ରୁଜୁ କରି ତଦନ୍ତ କରୁଛି।
Comments ସମସ୍ତ ମତାମତ