ମୁଖ୍ୟ ଖବର
ଆସନ୍ତାକାଲିଠାରୁ ପୁଣି ଆରମ୍ଭ ହେବ ରତ୍ନଭଣ୍ଡାର ଗଣତି ମଣତି। ୨ ଦିନ ଗଣତି ମଣତି କରାଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି। ବାହାର ଚନ୍ଦନ ଯାତ୍ରା ପାଇଁ ଗଣତି ମଣତି କାର୍ଯ୍ୟ ସ୍ଥଗିତ ରଖାଯାଇଥିଲା ବୋଲି କହିଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ।
ରାଜ୍ୟ ସରକାରଙ୍କ ଏସଓପି ଅନୁଯାୟୀ ଆସନ୍ତାକାଲିଠାରୁ ଗଣତି ମଣତି କାର୍ଯ୍ୟ ଆରମ୍ଭ ହେବ। ପରେ ଆଉ କେଉଁ ଦିନ ଗଣତି ମଣତି କାର୍ଯ୍ୟ କରାଯିବ ସେନେଇ ସୂଚନା ଦିଆଯିବ ବୋଲି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ସୂଚନା ଦେଇଛନ୍ତି। ଏପ୍ରିଲ୍ ୧୪ ତାରିଖରୁ ଭିତର ରତ୍ନଭଣ୍ଡାରରେ ଥିବା ରତ୍ନ ଅଳଙ୍କାରର ଗଣତି ମଣତି କାର୍ଯ୍ୟ ଆରମ୍ଭ କରାଯାଇ ପ୍ରାୟ ଶହେରୁ ଉର୍ଦ୍ଧ୍ବ ଅଳଙ୍କାରର ଗଣତି କାର୍ଯ୍ୟ ଶେଷ ହୋଇଛି।
ରତ୍ନ ଅଳଙ୍କାର ଗଣତି ମଣତି ସମୟରେ ଶ୍ରୀମନ୍ଦିରର ବଣିଆ ସେବକ, ରତ୍ନ ବିଶାରଦ ଏବଂ ଆରବିଆଇ ଅଧିକାରୀ ଉପସ୍ଥିତ ରହୁଛନ୍ତି। ସିସିଟିଭି ସର୍ଭେଲାନ୍ସ ମଧ୍ୟରେ ସମସ୍ତ ଗଣତି ମଣତି କାର୍ଯ୍ୟ କରାଯିବା ସହ ରତ୍ନ ଅଳଙ୍କାରର ସମ୍ପୂର୍ଣ୍ଣ ଭିଡିଓଗ୍ରାଫି ଏବଂ ଫଟୋଗ୍ରାଫି କରାଯାଉଛି। ସେହିପରି ଗଣତି ମଣତି ସମୟରେ ଭକ୍ତମାନେ ବାହାର କାଠ ନିକଟରୁ ମହାପ୍ରଭୁଙ୍କ ଦର୍ଶନ କରିଥାନ୍ତି ବୋଲି ମୁଖ୍ୟ ପ୍ରଶାସକ କହିଛନ୍ତି।
Comments ସମସ୍ତ ମତାମତ