Odia Spot News | ଓଡିଆ ସ୍ପଟ୍ ନ୍ୟୁଜ୍
banner

ତାଜା ଖବର

ମୁଖ୍ୟ ଖବର

    ଜାରି ରହିଛି ଷ୍ଟିୟରିଂ ଛାଡ଼ ଆନ୍ଦୋଳନ

    Share on :
    ajab-Image
    Date: Jul 10, 2025    Views: 2840

    ଭୁବନେଶ୍ୱର: ୬ ଦଫା ଦାବି ନେଇ ଚାଲିଥିବା ଓଡ଼ିଶା ଡ୍ରାଇଭର ମହାସଂଘର ଆନ୍ଦୋଳନ ଆଜି ତୃତୀୟ ଦିନରେ ପହଞ୍ଚିଛି । ସରକାରଙ୍କ ସହ ମହାସଂଘର ମାରାଥନ୍ ବୈଠକ ବିଫଳ ହେଲା ପରେ ଷ୍ଟିୟରିଂ ଛାଡ଼ ଆନ୍ଦୋଳନ ଜାରି ରହିଛି । ସରକାର ଲିଖିତ ପ୍ରତିଶ୍ରୁତି ନଦେବାରୁ ଆନ୍ଦୋଳନ ଜାରି ରହିବ ବୋଲି ମହାସଂଘ ରୋକ୍‌ଠୋକ୍ ଶୁଣାଇ ଦେଇଥିଲା । ଆନ୍ଦୋଳନର ଦ୍ୱିତୀୟ ଦିନରେ ସରକାରଙ୍କ ତରଫରୁ ଆଲୋଚନା ପାଇଁ ଡ୍ରାଇଭର ମହାସଂଘକୁ ଡକାଯାଇ ନଥିଲା । ଡ୍ରାଇଭରଙ୍କ ଆନ୍ଦୋଳନ ଯୋଗୁଁ ରାଜ୍ୟରେ ଯାତ୍ରୀ ଓ ସାମଗ୍ରୀ ପରିବହନ ସଂପୂର୍ଣ୍ଣ ଭାବେ ଠପ୍‌ ହୋଇ ପଡ଼ିଛି । ତୈଳ ପରିବହନ ସବୁଠାରୁ ଅଧିକ ପ୍ରଭାବିତ ହୋଇଛି । ଆଜି ବହୁ ତେଲ ଟାଙ୍କିରୁ ପେଟ୍ରୋଲ୍‌, ଡିଜେଲ୍‌ ସରି ଯାଇଥିବା ଜଣାପଡ଼ିଛି । ଆଜି ପେଟ୍ରୋଲ୍‌, ଡିଜେଲ୍‌ ପରିବହନ ନ ହୋଇ ପାରିଲେ ରାଜ୍ୟରେ ତେଲ ସଙ୍କଟ ଦେଖା ଦେବ । ଫଳରେ ସଙ୍ଗିନ ସ୍ଥିତି ସୃଷ୍ଟି ହେବାର ଆଶଙ୍କା ରହିଛି । 

    ସେପଟେ ପାରାଦୀପ, ବାଲେଶ୍ବର, ଜଟଣୀ, ଝାରସୁଗୁଡ଼ା ଆଦି ପେଟ୍ରୋଲ ଡିପୋରେ ତୈଳ ପରିବହନ କରୁଥିବା ଡ୍ରାଇଭରମାନେ ଆନ୍ଦୋଳନ ଜାରି ରଖିଛନ୍ତି । ଫଳରେ ଦୁଇ ଦିନ ହେଲା ତେଲ ପରିବହନ ବନ୍ଦ ରହିଛି ।  ଆଜି ବି ତୈଳ ପରିବହନ ନ ‌ହେଲେ ଅଧିକାଂଶ ତେଲ ଟାଙ୍କିରୁ ତେଲ ସରିଯିବ। ସନ୍ଧ୍ୟା ସୁଦ୍ଧା ରାଜ୍ୟର କୌଣସି ଟାଙ୍କିରେ ପେଟ୍ରୋଲ୍‌, ଡିଜେଲ୍‌ ମିଳିବ ନାହିଁ । ତେଣୁ ଆଜି ତେଲ ପରିବହନ ହେବା ଜରୁରୀ। 

    Maximum 500 characters

    ତାଜା ଖବର View all

    Find Us on Facebook